ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା କାମାକ୍ଷାନଗର ଥାନା ଦୀଘି ପଞ୍ଚାୟତ କେନ୍ଦୁଢିପ ଶ୍ମଶାନରେ ଶୋକାକୁଳ ପରିବେଶରେ ସମ୍ପନ୍ନ ହୋଇଛି। ଯବାନଙ୍କ ପାର୍ଥିବ ଶରୀର ସନ୍ଧ୍ୟାରେ ଗାଁ ମାଟିରେ ପହଞ୍ଚିବା ପରେ ସମସ୍ତଙ୍କ ଆଖି ଲୁହରେ ଭିଜିଯାଇଥିଲା।
ସିକିମ୍‌ରୁ ଅଣାଯାଇଥିବା ଯବାନଙ୍କ ପାର୍ଥିବ ଶରୀର ଅପରାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାମାକ୍ଷାନଗର ବିଧାୟକ ତଥା ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇଥିଲେ। ପରେ ଭାଇ ମନୋଜ ଦାସ ଓ ଦାଦାଙ୍କୁ ମୃତଦେହ ହସ୍ତାନ୍ତର କରାଯିବା ସହ ସେନାର ସୁସଜ୍ଜିତ ଗାଡ଼ିରେ ଜନ୍ମମାଟିକୁ ଅଣାଯାଇଥିଲା। ସନ୍ଧ୍ୟା ୫ଟାରେ ପାର୍ଥିବ ଶରୀର ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ପହଞ୍ଚିବା ପରେ ସେଠାରେ ଜିଲାପାଳ ସରୋଜ କୁମାର ସେଠୀ ଓ ଏସ୍‌ପି ଜ୍ଞାନରଞ୍ଜନ ଦାସ ଉପସ୍ଥିତ ରହି ସମ୍ମାନ ଜଣାଇଥିଲେ। ସନ୍ଧ୍ୟା ୬ଟା ୩୦ରେ ମୃତଦେହ ଗାଁ କେନ୍ଦୁଢ଼ିପରେ ପହଞ୍ଚିଥିଲା। ସେଠାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ଗ୍ରାମ ଶ୍ମଶାନରେ ରାତି ୮ଟା ବେଳେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ କରାଯାଇଥିଲା। ଦାଦା ପୁଅ ଭାଇ ରାକେଶ ଦାସ ଓ ଭଣଜା ସମ୍ବିତ ପରିଡା ମୁଖାଗ୍ନି ଦେଇଥିଲେ। ଶ୍ମଶାନ ଘାଟରେ ମନ୍ତ୍ରୀ, ଏମ୍‌ପି, ଭୁବନ ଏନ୍‌ଏସି ଅଧ୍ୟକ୍ଷ ଶୁଭେନ୍ଦୁ ସାହୁ, କାମାକ୍ଷାନଗର ଏନ୍‌ଏସି ଅଧ୍ୟକ୍ଷ ଧର୍ମାନନ୍ଦ ପରିଡା, ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, ଜିଲାପାଳ, ଏସପି, ଏସଡିପିଓ ପ୍ରଭାତ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri