ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି ଜିଲାର ଜାମୁକୋଳି ସଂଗ୍ରହକାରୀ ସେଭଳି ଲାଭ ପାଇ ପାରୁନାହାନ୍ତି। ଜାମୁକୋଳି ଡାଇବେଟିସ୍‌ ରୋଗୀଙ୍କ ପାଇଁ ରାମବାଣ ହୋଇଥିବାରୁ ସେଠାରେ ଏହାର ଚାହିଦା ଖୁବ୍‌ ବେଶୀ। ଏପରିକି ଉପରୋକ୍ତ ରାଜ୍ୟରେ ଅଙ୍ଗୁର ଦର୍‌ରେ କେନ୍ଦୁଝର ଜାମୁକୋଳି ବିକ୍ରି ହୋଇଥାଏ ବୋଲି ବେପାରୀମାନେ କୁହନ୍ତି। ପ୍ରତି ବର୍ଷ ଏହି ଜିଲାରୁ ଟ୍ରିପ୍‌ଟ୍ରିପ୍‌ ଜାମୁ କୋଳି ବାହାର ରାଜ୍ୟକୁ ଯାଉଥିବାବେଳେ ଗତ ଦୁଇବର୍ଷ ହେଲା କରୋନା କଟକଣା ପାଇଁ କମ୍‌ ସଂଗ୍ରହ ହୋଇ ବାହାରକୁ ଚାଲାଣ ହେଉଥିବା ଝାଡ଼ଖଣ୍ଡରୁ ଆସିଥିବା ବ୍ୟବସାୟୀ ମୂରଲୀ ରାମ କହିଛନ୍ତି।
ପ୍ରକାଶ ଯେ, କେନ୍ଦୁଝର ଜିଲାରେ ବଣପାହାଡ, ଘରବାଡ଼ି ତଥା ରାସ୍ତା କଡ଼ରେ ବହୁ ଜାମୁ କୋଳି ଗଛ ରହିଛି। ବର୍ଷା ଋତୁରେ ଜାମୁକୋଳି ପାଚିଥାଏ। ଯାହାକୁ ବନବାସୀମାନେ ସଂଗ୍ରହ କରି ହାଟବଜାରରେ ବିକ୍ରି କରିଥାନ୍ତି। ସେହିପରି ଏହି ଜାମୁକୋଳିକୁ ବାହାର ରାଜ୍ୟର ବେପାରୀମାନେ ଆସି କ୍ୟାମ୍ପ କରି କୋଳି ସଂଗ୍ରହ କରି ଟ୍ରକ୍‌ ଯୋଗେ ନେଇଥାନ୍ତି। ବ୍ୟାଗ୍‌ ପିଛା ୧୦୦ରୁ ୧୫୦ ଟଙ୍କାରେ କିଣିଥାନ୍ତି।ବାହାର ରାଜ୍ୟରେ ଏହି ଜାମୁକୋଳିକୁ ୧୫୦ରୁ ୨୦୦ ଟଙ୍କାରେ ବିକ୍ରି ହୋଇଥାଏ ବୋଲି ବେପାରୀମାନେ କୁହନ୍ତି।

ଅତିରିକ୍ତ ଜିଲାପାଳ ସନ୍ତୋଷ ନାୟକ କହିଛନ୍ତି ଯେ, ବନଜାତ ଫଳମୂଳକୁ ଆଦିବାସୀମାନେ ବିକ୍ରିବଟା କରି ଜୀବିକା ନିର୍ବାହ କରିଥାନ୍ତି। ତେବେ ସେସବୁର ବିକ୍ରିବଟା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିଲେ ହେଁ ସେମାନଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦିଆଯାଉଛି।

ନରେଶ ଚନ୍ଦ୍ର ପଟ୍ଟନାୟକ


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri