୫ ବର୍ଷ ହେବ ପୂର୍ଣ୍ଣାଙ୍ଗ ହେଉନି କେନ୍ଦୁପାଟଣା ଡେଏରି

ନିଶ୍ଚିନ୍ତକୋଇଲି,୨୬।୧୧(ଅଶୋକ କୁମାର ମହାପାତ୍ର)ବେକାର ଯୁବତୀ ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରାଇବା ଓ ସେମାନଙ୍କର ଆର୍ଥତ୍କ ପରିସ୍ଥିତିକୁ ସୁଦୃଢ କରାଇବା ଉଦ୍ଦେଶ୍ୟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଧୀନ କେନ୍ଦୁପାଟଣାଠାରେ ଏକ ଡେଏରି ପ୍ରତିଷ୍ଠା କରିବାକୁ ସରକାର ଯୋଜନା କରିଥିଲେ। ୨୦୧୯ ଫେବୃୟାରୀ ୧୭ରେ ଏହାର ଶିଳାନ୍ୟାସ କରାଯାଇଥିଲା। ଏଥପାଇଁ ସରକାର ୧୨କୋଟି ୪୯ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତକତ୍ାଳୀନ କଟକ ଜିଲାପାଳ ଅରବିନ୍ଦ ଅଗ୍ରୱାଲ ତକତ୍ାଳୀନ କଟକ ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକ, ବିଜେଡି ଏମ୍‌ପି ଅନୁଭବ ମହାନ୍ତି, ନରେନ୍ଦ୍ର ସ୍ବାଇଁଙ୍କ ସମେତ କଟକ ଜିଲାର ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।
ମାତ୍ର ଠିକାଦାରଙ୍କ ମନମୁଖି କାମ ଓ ଅତ୍ୟନ୍ତ ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ ଚାଲିଥିବା କାରଣରୁ ଅବଧି ଶେଷ ହେବାର ୩ ବର୍ଷ ପରେ ମଧ୍ୟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇପାରିନାହିଁ। କେନ୍ଦ୍ର ସରକାର ଟେଣ୍ଡର ମାଧ୍ୟମରେ ଏହି ପକ୍ରଳ୍ପ ପାଇଁ ଠିକାଦାର ଚୟନ କରିଥିଲେ। ମାତ୍ର ସମ୍ପୃକ୍ତ ଠିକାଦାର ଅଟକଳ ଅନୁଯାୟୀ କାର୍ଯ୍ୟ କରି ନ ଥିବା ବେଳେ ନିର୍ମାଣ କାର୍ଯ୍ୟରେ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ ଏହାର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରପକ୍ଷେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୨ ବର୍ଷ ମଧ୍ୟରେ ଶେଷ ହେବା କଥା। ଇତିମଧ୍ୟରେ ୫ ବର୍ଷ ବିତିଯାଇଥିଲାବେଳେ କେବେଳ ଗୃହ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇସାରିଛି। ଏପର୍ଯ୍ୟନ୍ତ ପ୍ରକଳ୍ପରେ କୌଣସି ଯନ୍ତ୍ରାଂଶ ଲଗାଯାଇ ପାରିନାହିଁ। ଫଳରେ ନିର୍ମାଣ କାର୍ଯ୍ୟର ପୂର୍ଣ୍ଣାଙ୍ଗ ନେଇ ଅନିଶ୍ଚିତତା ପ୍ରକାଶ ପାଇଛି। ଏହି ପ୍ରକଳ୍ପ ପୂର୍ଣ୍ଣାଙ୍ଗ ହୋଇଥିଲେ ଏଠାରେ ୩୦୦ରୁ ୪ଶହ ବେକାର ଯୁବତୀଯୁବକଙ୍କୁ ଆମତ୍ ନିଯୁକ୍ତି ଦିଆଯାଇ ପାରିଥାନ୍ତା। ମାତ୍ର ବିଳମ୍ବ କାରଣରୁ ଏହି ଆଶା ପାଣି ଫୋଟକା ପରି ମିଳାଇ ଯାଇଛି।
ସୂଚନାଯୋଗ୍ୟ, ଏହି ପ୍ରକଳ୍ପ ନିର୍ମାଣ ନିମନ୍ତେ କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ପ୍ରାୟ ୫ ଏକର ଜମି ଯୋଗାଇ ଦେଇଥିଲେ। ଏହି ପ୍ରକଳ୍ପରେ ଦୁଗ୍ଧ ପ୍ୟାକେଟ ପ୍ରସ୍ତୁତ ହେବା ସହ ଆଇସକ୍ରିମ ମଧ୍ୟ ପ୍ରସ୍ତୁତ ହୋଇ ଅନ୍ୟତ୍ର ବିକ୍ରୟ ପାଇଁ ପଠାଯିବାକୁ ଯୋଜନା କରାଯାଇଥିଲା। ତେବେ କୋଭିଡ୍‌ ମହାମାରୀ ସମୟରେ ନିର୍ମାଣ କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ଏହି ସମୟରେ ପ୍ରକଳ୍ପରେ ବିନିଯୋଗ ହେବାକୁ ଥିବା ଯନ୍ତ୍ରାଂଶର ମୂଲ୍ୟ ଅହେତୁକ ବୃଦ୍ଧି ପାଇଥିଲା। ମୂଲ୍ୟବୃଦ୍ଧି ଯୋଗୁ ଏପର୍ଯ୍ୟନ୍ତ ପ୍ରକଳ୍ପ ପାଇଁ କୌଣସି ଯନ୍ତ୍ରାଂଶ କିଣାଯାଇ ପାରି ନଥିବା ବେଳେ ପୂର୍ଣ୍ଣାଙ୍ଗ ପାଇଁ ଆହୁରି ୫କୋଟି ଟଙ୍କାର ଆବଶ୍ୟକ ଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଅପରପକ୍ଷରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆନ୍ତରିକତା ଅଭାବ ଯୋଗୁ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ପାରୁନାହିଁ ବୋଲି ସାଧାରଣରେ ଅଭିଯୋଗ ହୋଇଛି।
ଏସମ୍ପର୍କରେ ବିଭାଗୀୟ ସହକାରୀ ଅଧିକାରୀ ସୁଧାଂଶୁ ଶେଖର ପଣ୍ଡାଙ୍କୁ ବାରମ୍ବାର କଲ୍‌ କରାଯାଇଥିଲେ ମଧ୍ୟ ସେ ନ ଉଠାଇବାରୁ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri