ଭୁବନେଶ୍ୱରରେ କେନ୍‌କୋ ଏଗ୍‌ଷ୍ଟ୍ରା ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୨।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଓଭିଓ ଫାର୍ମା ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ ୟୁନିଟ୍‌ ତଥା ବ୍ରାଣ୍ଡ୍‌ କେନ୍‌କୋର ପ୍ରଥମ ଏକ୍ସକ୍ଲୁସିଭ ଏଗ୍‌ ଷ୍ଟୋର ଗୁରୁବାର ଭୁବନେଶ୍ୱରର ଆଇଆର୍‌ସି ଭିଲେଜ ହାଇସ୍କୁଲ ରୋଡ୍‌ରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇଯାଇଛି। ଭୁବନେଶ୍ୱରରେ ବ୍ରାଣ୍ଡ୍‌ର ପ୍ରଥମ ତଥା ସର୍ବବୃହତ୍‌ ଆଉଟ୍‌ଲେଟ ‘କେନ୍‌କୋ ଏଗ୍‌ଷ୍ଟ୍ରା’ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସକ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଭିଓ ଫାର୍ମା ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା ତଥା କେନ୍‌କୋ ଏଗ୍‌ଷ୍ଟ୍ରାର ମୁଖ୍ୟ ସୌମେନ୍ଦ୍ର ମିଶ୍ରଙ୍କ ସମେତ ଉଭୟ କମ୍ପାନୀ ଓ ବ୍ରାଣ୍ଡ୍‌ର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୧୦୦୦ ବର୍ଗ ଫୁଟ ପରିମିତ ସ୍ଥାନରେ ଗଢି ଉଠିଥିବା ଉକ୍ତ ଷ୍ଟୋରରେ କେନ୍‌କୋର ନୂତନ ଉତ୍ପାଦ ଯଥା ଅଣ୍ଡା, କ୍ଷୀର ଓ ପାଉରୁଟି (ଫ୍ରେସ୍‌ ବ୍ରେଡ୍‌) ଭଳି ଅତ୍ୟାବଶ୍ୟକ ଖାଦ୍ୟସାମଗ୍ରୀ ପ୍ରାଥମିକ ପର୍ଯ୍ୟାୟରେ ଉପଲବ୍ଧ ହେବ।
ଏ ସମ୍ପର୍କରେ ଓଭିଓ ଫାର୍ମା ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା ତଥା କେନ୍‌କୋ ଏଗ୍‌ଷ୍ଟ୍ରାର ମୁଖ୍ୟ ସୌମେନ୍ଦ୍ର ମିଶ୍ର କହିଛନ୍ତି, ବ୍ରାଣ୍ଡ୍‌ ପ୍ରମୁଖ ଉତ୍ପାଦ ଏଗ୍‌ (ଅଣ୍ଡା) ସହ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ ମିଳିବ। ବିଶେଷକରି ଗୁଣାତ୍ମକ ମାନର ଅଣ୍ଡା ଗ୍ରାହକଙ୍କୁ ଯୋଗାଇବା ସହ ଅଣ୍ଡାର ବିସ୍ତୃତ ସୂଚନା ଜାଣିବା ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର ସାଙ୍ଗକୁ ଗ୍ରାହକ ଅଣ୍ଡା ପ୍ୟାକେଟରେ ଦିଆଯାଇଥିବା ଏକ ସ୍ବତନ୍ତ୍ର କ୍ୟୁଆର୍‌ କୋଡ୍‌କୁ ସ୍କାନ୍‌ କରି ସମସ୍ତ ଅତ୍ୟାବଶ୍ୟକ ସୂଚନା ପାଇପାରିବେ। ଏପରିକି ବ୍ରାଣ୍ଡ୍‌ ଆଗାମୀ ଦିନରେ ଉକ୍ତ ଷ୍ଟୋର ଜରିଆରେ ଅନ୍ୟାନ୍ୟ ଉତ୍ପାଦ ଗ୍ରାହକମାନଙ୍କୁ ଯୋଗାଇଦେବ। ସେହିଭଳି ପର୍ଯ୍ୟାୟକ୍ରମେ ଷ୍ଟୋରର ସମ୍ପ୍ରସାରଣ ଓ ବ୍ୟବସାୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କରାଯାଉଛି ବୋଲି ସେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri