କାର୍ଯ୍ୟରେ ଯୋଗଦେଲେ କେନ୍ଦୁଝର ଅତିରିକ୍ତ ଜିଲାପାଳ

କେନ୍ଦୁଝର,୩।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ ସୋମବାର ପୂର୍ବାହ୍ନରେ କେନ୍ଦୁଝରର ଅତିରିକ୍ତ ଜଲାପାଳ (ରାଜସ୍ବ) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ପ୍ରଧାନ କେନ୍ଦ୍ରାପଡ଼ା ଉପଜିଲାପାଳ ଭାବେ ଦକ୍ଷତାର ସହ କାର୍ଯ୍ୟ ତୁଲାଇ ଉପରିସ୍ଥ ଅଧିକାରୀ ଏବଂ ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଥିଲେ ।

ସୂଚନାଯୋଗ୍ୟ ପୂର୍ବତନ ଅତିରିକ୍ତ ଜିଲାପାଳ ଆଲୋକ କୁମାର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯୁଗ୍ମ ସଚିବ ଭାବେ ବଦଳି ହେବା ପରେ ସାଧାରଣ ଓ ବିବିଧ ବିଭାଗର ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ ଉଭୟ ଦାୟିତ୍ୱରେ ରହିଥିଲେ । ଅତିରିକ୍ତ ଜିଲାପାଳ ଭାବେ ପ୍ରଧାନ ସୋମବାର ଦାୟିତ୍ୱ ନେବା ପରେ ଜିଲା ପ୍ରଶାସନ ତରଫରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ପରେ ଦରବାର ହଲଠାରେ ଆୟୋଜିତ ହେଇଥିବା ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri