ଭଙ୍ଗା ଦଦରା ଘରେ ଚାଲିଛି ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଯୋଡ଼ା,୨୨ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡା ସହର ମଧ୍ୟଭାଗରେ ଥିବା ୱାର୍ଡ ନଂ. ୪ ଝୁମ୍ପୁଡ଼ି ହାଟିଂରେ ଭଙ୍ଗା ଦଦରା ଘରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲିଛି। ଅଭିଯୋଗ ପରେ ମଧ୍ୟ ଗୃହର ମରାମତି କରାଯାଉନାହିଁ। ଫଳରେ ବିପଦସଙ୍କୁଳ ଅଙ୍ଗନୱାଡ଼ିକୁ ଶିଶୁମାନଙ୍କୁ ଛାଡ଼ିବା ପାଇଁ ନିରାପଦ ମଣୁ ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଅଙ୍ଗନୱାଡ଼ି କର୍ମୀ ଇନ୍ଦୁମତି ପ୍ରଧାନ ଓ ସହାୟିକା ମମିତା ଦାସ କହିଛନ୍ତି, ଝୁମ୍ପୁଡି ହଟିଂରେ ଥିବା ଅଙ୍ଗନୱାଡ଼ିଟି ଦୀର୍ଘ ଦେଢ଼ବର୍ଷରୁ ଊଦ୍ଧର୍‌ବ ହେଲାଣି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ବସ୍ତି ଅଞ୍ଚଳରୁ ଆସୁଥିବା ଶିଶୁଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରାଯାଇ ବାରଣ୍ଡାରେ ଖାଦ୍ୟ ଦିଆଯାଉଛି। ଛାତରୁ ପ୍ଲାଷ୍ଟର ଖସୁଥିବାରୁ କେବଳ ଖାଇବା ସମୟରେ ଏଠାରେ ଛୁଆମାନଙ୍କୁ ଖାଦ୍ୟ ଦିଆଯାଉଛି। ପାଠପଢା ଗଛମୂଳେ ହେଉଛି। ଅଙ୍ଗନୱାଡ଼ି ଗୃହକୁ ବିପଦସଙ୍କୁଳ ଗୃହ ଭାବେ ଯୋଡ଼ା ସିଡିପିଓ ଘୋଷଣା କରିଛନ୍ତି। ତଥାପି କୌଣସି ବିକଳ୍ପ ପନ୍ଥା ନ ଥିବାରୁ ଗୃହଟିକୁ ବ୍ୟବହାର କରାଯାଉଛି। ବସ୍ତି ଆଖପାଖ ଅଞ୍ଚଳରେ ଭଡ଼ାରେ ଘର ଅନ୍ବେଷଣ କରି ଅଙ୍ଗନୱାଡ଼ିଟିକୁ ଚଳାଇବା ପାଇଁ ସିଡିପିଓ କହିଥିଲେ। ମାତ୍ର ଘର ମିଳୁ ନ ଥିବା କର୍ମୀ ଇନ୍ଦୁମତି କହିଛନ୍ତି। ଏ ନେଇ ଯୋଡ଼ା ପୌର ପାଳିକା ଅଧ୍ୟକ୍ଷଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି। ସାହାଯ୍ୟର ପ୍ରତିଶ୍ରୁତି ମିଳିଛି। ରୋଷଶାଳା ଛାତରୁ ସିମେଣ୍ଟ ପଲସ୍ତରା ଖସୁଥିବାରୁ ରୋଷେଇ ବାହାରେ କରାଯାଉଥିବା ସହାୟିକା କହିଛନ୍ତି। ପୌର ଅଧ୍ୟକ୍ଷ ଡା. ଜଗଦୀଶ ପ୍ରସାଦ ସାହୁ କହିଛନ୍ତି, ଏହା ତାଙ୍କ ଜ୍ଞାତସାରରେ ଅଛି, ଖୁବ୍‌ଶୀଘ୍ର ସିଡିପିଓଙ୍କ ସହ କଥା ହୋଇ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ଯୋଡ଼ା ସିଡିପିଓ ମାନସୀ ବେହେରା କହିଛନ୍ତି, ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଅଧ୍ୟକ୍ଷଙ୍କ ସହ ମଧ୍ୟ ଆଲୋଚନା ହୋଇଛି। ନିର୍ବାଚନ ଯୋଗୁ ବିଳମ୍ବ ହୋଇଛି। ଖୁବ୍‌ଶୀଘ୍ର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri