ଘୋଷଣା ହେଲା କେନ୍ଦୁଝର ଜିଲା ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ଟିମ୍‌: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ?

କେନ୍ଦୁଝର, ୨।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଲଘୁ ମୋର୍ଚ୍ଚାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ନୂତନ ଜିଲା କମିଟି ଘୋଷଣା କରାଯାଇଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଗୁରିନ୍ଦର ସିଂଙ୍କ ଅନୁମୋଦନ କ୍ରମେ ଏହି ଟିମ ଗଠନ କରାଯାଇଛି। ମଙ୍ଗଳବାର ଦିନ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଏବଂ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ଜିଲା ସଭାପତି ଏମ ଡି ମୁଜାହିଦ ଆଲମ ମିଳିତ ଭାବେ ଏହି ନୂତନ ଟିମ୍‌ର ସଦସ୍ୟମାନଙ୍କ ନାମ ପ୍ରକାଶ କରିଛନ୍ତି।

ଜିଲା ସଂଖ୍ୟାଲଘୁ ମୋର୍ଚ୍ଚା ଉପସଭାପତି ଭାବେ ମନସୁର ଅନସାରୀ, ଏମ୍ ଡି ହବବିବ ବୁର ରହମାନ୍, ଏମ୍ ଡି ଜାୟେଦ୍ ଆନସାରୀ, ରାଜିନ୍ଦର ସିଂ, ସୁଫିୟା ଖଟୁନ୍,ଏମ୍ ଡି ମୁସ୍ତାଖ ଙ୍କ ନାମ ଘୋଷଣା କରାଯାଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ଏମ୍ ଡି ଜଲ୍ଲାଲ୍ଲୁଦ୍ଦିନ ଆକବର ଓ ଏମ୍ ଡି ବୁଟୁ ଙ୍କ ନାମ ଘୋଷଣା କରାଯାଇଛି । ସେହିପରି ସମ୍ପାଦକ ଭାବେ ପୁଷ୍ପା ଭୂୟାଁ,ଏମ୍ ଡି ଅଫତାବ, ଓବେଦୁର ରହମାନ,ଏମ୍ ଡି ଦାଉଦ, ରବିସ୍ଥା ଫରଜାନା ତଥା କୋଷାଧ୍ୟକ୍ଷ ଭାବେ ମଜହର୍ ହସେନ ନାମ ଘୋଷଣା କରାଯାଇଛି।

ଏହି କମିଟିରେ ଶିରାଯୁଦ୍ଦିନ ଖାନ, ହାସନ ଆନସାରି, ଏସ କେ ଆମାନୁଲ୍ଲା, ସହାବାଜ ଆଲମ, ହରିର ଅହମ୍ମଦ, ଏସକେ ଫୁର୍‌ କାନ, ୱାସିପ ଆନସାରୀ, ଏମ ଡି ଯସୀମ, ଦାଉଦ ଖାନ, ମୁଦର୍ସି ଇସଲାମ, ତୋବାରକ ସାହା, ରାଜିଦା ବିବି, ଏମ ଡି ଇମ୍ରାନ ଖାନ, ଗୁରବିନ୍ଦର ସିଂ ଏବଂ ଏସକେ ପର୍ଭେଜ୍‌ଙ୍କୁ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ସାମିଲ କରାଯାଇଛି।

“ନୂତନ ଟିମ ଗଠନ ହେବା ପରେ ଜିଲାରେ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ଆହୁରି ସଶକ୍ତ ହେବ। ଜିଲାରେ ବସବାସ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ କିଭଳି କେନ୍ଦ୍ରର ମୋଦୀ ସରକାର ଏବଂ ରାଜ୍ୟର ମୋହନ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ଲାଭ ପାଇପାରିବେ, ସେଥିପାଇଁ ସମସ୍ତ ସଦସ୍ୟ ଏକଜୁଟ ହୋଇ କାର୍ଯ୍ୟ କରିବେ।”

ଏହି ନୂଆ କମିଟି ଗଠନ ପରେ କେନ୍ଦୁଝର ଜିଲା ଭାଜପା ଶିବିରରେ ଉତ୍ସାହ ପ୍ରକାଶ ପାଇବା ସହ ଆଗାମୀ ଦିନରେ ଦଳ ସଂଖ୍ୟାଲଘୁ ଭୋଟରଙ୍କ ନିକଟତର ହେବା ପାଇଁ ରଣନୀତି ପ୍ରସ୍ତୁତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri