୬ଟି ବିଦ୍ୟାଳୟର ଛାତ୍ରୀଙ୍କୁ ନେଇ ମୁରୁସୁଆଁରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ପ୍ରତିଯୋଗିତା

ପାଟଣା,୨।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଙ୍ଗଳବାର ୬ଟି ବିଦ୍ୟାଳୟର ଛାତ୍ରୀଙ୍କ ମଧ୍ୟରେ ଆନ୍ତଃ-ବିଦ୍ୟାଳୟ “ଖେଳିବା ଓ ପ୍ରସ୍ଫୁଟିତ ହେବା” ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ୍) ଦ୍ୱାରା ଏ.ଇ.ଆଇ.ଏନ୍. ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପାଟଣା ଓ ଘଟଗାଁ ବ୍ଲକର ୬ଟି ବିଦ୍ୟାଳୟର ଛାତ୍ରୀମାନେ ଏଥିରେ ଅଂଶଗ୍ରହଣ କରିଥିଲେ। କେନ୍ଦେଇପୋଷି ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ, ପାଟଣା, ମୁରୁସୁଆଁ ସରକାରୀ ଉଚ୍ଚ ବିଦ୍ୟାଳୟ, ଶରଧାପୁର ଉଚ୍ଚ ବିଦ୍ୟାଳୟ, ପଲାଣଘାଟି ଉଚ୍ଚ ବିଦ୍ୟାଳୟ, ବଣମହୁଲଡିହା ସୁନାଖୁମ ଉଚ୍ଚ ବିଦ୍ୟାଳୟ, ବଡଜାମୁପୋଷି ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଘଟଗାଁ।

ମୁରୁସୁଆଁ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଖଗେଶ୍ୱର ମହାନ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବରେ ପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାନ୍ତ ଏବଂ ସମ୍ମାନିତ ଅତିଥି ଭାବରେ ପିକକ୍‌ର ସମ୍ପାଦକ ରଞ୍ଜନ କୁମାର ମହାନ୍ତି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଝିଅମାନଙ୍କ ମଧ୍ୟରେ ନେତୃତ୍ୱ ନେବାର ଶକ୍ତି ବିକଶିତ କରିବା ସହ ଶାରୀରିକ ଓ ମାନସିକ ସୁସ୍ଥତା ଦିଗରେ କାର୍ଯ୍ୟ କରିବ ବୋଲି ଅତିଥିମାନେ ମତ ରଖିଥିଲେ।

ଏଥିରେ ପିକକ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଅନୁରାଧା ମହାନ୍ତି ,ବରିଷ୍ଠ ଖବର ଦାତା ନୃସିଂହ ନାଥ ସିଂହ,ମୁରୁସୁଆଁ ସରପଞ୍ଚ ହରିଶଙ୍କର ଦେହୁରୀ ,ସମିତି ସଭ୍ୟ ସୁଶୀଲ କୁମାର ସାହୁ, ରାଜନଗର ସ୍ୱାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ  କିରାଣିକର ମହାନ୍ତ, ପ୍ରମୁଖ ଯୋଗଦେଇ ପିକକ୍ କିଶୋରୀ ମାନଙ୍କ ଶାରିରୀକ ଓ ମାନସିକ ବିକାଶ ନେଇ କରିଥିବା କାର୍ଯ୍ୟ କ୍ରମ କୁ ପ୍ରସଂଶା କରିଥିଲେ ।

ଏହି ଅବସରରେ ଛାତ୍ରୀମାନଙ୍କୁ ଲିଙ୍ଗ ସମାନତା ଓ ନେତୃତ୍ୱର ବିକାଶ ସମ୍ବନ୍ଧୀୟ ତାଲିମ ମଧ୍ୟ ପ୍ରଦାନ କରାଯାଇଥିଲା। ପ୍ରାୟ ୯୦ ଜଣ ଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ।

ରେଫରୀ ଭାବରେ ଲମ୍ବୋଧର ମହାନ୍ତ ଖେଳ ପରିଚାଳନା କରିଥିବା ବେଳେ ଶିକ୍ଷକ ପ୍ରକାଶ କୁମାର ତରାଇ ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ । ପିକକ୍ ର କେନ୍ଦୁଝର ଜିଲା ସଂଯୋଜକ ସତ୍ୟ ମହନ୍ତ ଓ ପିକକ୍ ର ପ୍ରୋଗ୍ରାମ ମାନେଜର ଜ୍ଯୋତିଶଙ୍କର ମହାନ୍ତି  ଏହି କାର୍ଯ୍ୟକ୍ରମ ପରିଚାଳନା କରିଥଲେ । ଦ୍ରୌପଦୀ ବେଜ, ଗୋବିନ୍ଦ ମୁଣ୍ଡା, ପରୀକ୍ଷିତ ସେଠୀ,ମେଘମାଳା ମହାନ୍ତ, ସୁଚିତ୍ରା ମହାନ୍ତ, ନୀରାସ ମୁଣ୍ଡା  ପ୍ରମୁଖ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହୋଜୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?