ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ। ଏହି ଅବସରରେ ନାୟକ ଷଡ଼ଙ୍ଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଏହି ଅବସରରେ ପ୍ରତାପଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ମଧ୍ୟ ସେ ଆଲୋଚନା କରିଛନ୍ତି। ନାୟକ ନନା ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ମା’ ତାରିଣୀଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।
ଏହି ଘଟଣା ଉପରେ ପ୍ରତିକ୍ରିୟା ପ୍ରକାଶ କରି ନାୟକ କହିଛନ୍ତି, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଯେଭଳି ଭାବେ ଅତ୍ୟନ୍ତ ଅଶାଳୀନ ଓ ଦାୟିତ୍ୱହୀନ ବ୍ୟବହାର କରିଛନ୍ତି ତାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି । ଆଜି ରାହୁଲ ଗାନ୍ଧୀ ତାଙ୍କର ଅଶାଳୀନ ବ୍ୟବହାରର ସମସ୍ତ ସୀମାକୁ ଉଲ୍ଲଂଘନ କରି ଯାଇଛନ୍ତି ଓ ଗଣତନ୍ତ୍ରର ପବିତ୍ରର ମନ୍ଦିରର ଗରିମାକୁ କ୍ଷୁଣ୍ଣ କରିଛନ୍ତି। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ରାହୁଲ ଏହି ପ୍ରସଙ୍ଗରେ ସାର୍ବଜନୀନ ଭାବେ କ୍ଷମା ପ୍ରାର୍ଥନା କରିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri