ସଂସଦରେ ଜିଲାର ହକ୍‌ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

କେନ୍ଦୁଝର,୧୮।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସୋମବାର ସଂସଦରେ ରେଳ ବିଭାଗ ସମ୍ପର୍କିତ ଜିଲାର ହକ ପାଇଁ ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି। ହାଓଡା ବଡବିଲ ଜନ ଶତାବ୍ଦୀ ଏକ୍ସପ୍ରେସକୁ କେନ୍ଦୁଝର ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ବର୍ତ୍ତମାନ ସଂଯୋଗ ନ ଥିବା କାରଣକୁ ଲୋକମାନେ ହଇରାଣ ହେଉଛନ୍ତି । ତେଣୁ ଏହି ଟ୍ରେନକୁ କେନ୍ଦୁଝର ପର୍ଯ୍ୟନ୍ତ ସଂପ୍ରସାରିତ କରାଯାଉ ବୋଲି ଏମ୍‌ପି କହିଛନ୍ତି। ଏଥିସହ ଏମ୍‌ପି ଆହୁରି କହିଛନ୍ତି ଯେ, ପୁରୀ- ବଡବିଲ ଟ୍ରେନକୁ କେନ୍ଦୁଝରର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀ ଏକ୍ସପ୍ରେସ ଭାବେ ନାମିତ କରିବା ସହ ପୁରୀ ବଡବିଲ ଏକ୍ସପ୍ରେସରେ ଏସି କୋଚ ସଂଖ୍ୟା ବୃଦ୍ଧି କରାଯାଉ । କେନ୍ଦୁଝରରୁ ଧାମରା ବନ୍ଦରକୁ ହେଉଥିବା ଖଣିଜ ପରିବହନ ସିଧାସଳଖ ଆନନ୍ଦପୁର ଦେଇ ସଂଯୋଗ କରିବା ସହିତ ମା’ ତାରିଣୀ ମନ୍ଦିର ଘଟଗାଁକୁ ରେଳ ସଂଯୋଗ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ଏମ୍‌ପି ଅନନ୍ତ ନାୟକ। କେନ୍ଦ୍ରରେ ମୋଦି ସରକାର ଆସିବା ପରେ ଜିଲାରେ ରେଳ ସଂଯୋଗୀକରଣ ସହିତ ଆଧୁନିକରଣ ତଥା ନୂତନ ଟ୍ରେନ ମିଳିଥିବାରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri