ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ ହାଟିଂ ସୁନାନଦୀ ଅବବାହିକାରେ ଥିବା ଏକ ପରିତ୍ୟକ୍ତ ଦୁର୍ଗମ ବନାଞ୍ଚଳରେ ପ୍ରାୟ ୨ ଏକର ପରିମିତ ଜମିରେ ଅଫିମ ଚାଷକୁ ମୂଳୋତ୍ପାଟନ କରିଛି କେନ୍ଦୁଝର ଜିଲା ପୋଲିସ । ଅପହଞ୍ଚ ହୋଇଥିବା ଏହି ଅଗ୍ନାଅଗ୍ନୀ ବନସ୍ଥରେ ନିଶା ବେପାରୀ ମାନଙ୍କର ଚାଲିଥିଲା କଳା ସାମ୍ରାଜ୍ୟ । ଏହି ଚାଷ ସମ୍ପର୍କରେ ଗୁପ୍ତ ସୂଚନା କେନ୍ଦୁଝର ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଲକର ପାଇବା ପରେ ବଡବିଲ ପୋଲିସର ଅପରେସନ ଆରମ୍ଭ ହୋଇଥିଲା। ଗୁରୁବାର ସକାଳ ୯ ଟା ସମୟରେ ପୋଲିସ ଦ୍ୱାରା ଗଠନ ହୋଇଥିବା ଟିମ୍ ବଡବିଲ ଏସଡିପିଓ ଦେବେନ୍ଦ୍ରନାଥ ପିଙ୍ଗୁଆଙ୍କ ନେତୃତ୍ୱରେ ଏହି ଚଢାଉ କରିଥିଲା । ଏଥିରେ ବଡବିଲ ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ ଡ୍ୟୁଟିରେ ଏହି ଚଢାଉରେ ସାମିଲ ଥିଲେ ।

ପ୍ରାୟ ୨ ଏକର ପରିମିତ ଜମିରେ ଅଫିମ ଗଛର ଫୁଲ ଏବଂ ସମ୍ପୂର୍ଣ୍ଣ ଗଛକୁ ପୋଲିସ ଫୋର୍ସ ବଡବିଲ ଆଇଆଇସି ଅଶୋକ କୁମାର ନାୟକଙ୍କ ନିର୍ଦ୍ଦେଶରେ ମୂଳତତ୍ପାଟନ କରି ନଷ୍ଟ କରି ଦେଇଥିଲେ । ଏହି ଗଛରୁ ପ୍ରସ୍ତୁତ ଅଫିମର ମୂଲ୍ୟ କୋଟି କୋଟି ଟଙ୍କାରୁ ଅଧିକ ହେବ ବୋଲି ପୋଲିସ ପକ୍ଷରୁ ଅନୁମାନ କରାଯାଉଛି । ବେଳ ଥାଉ ଥାଉ ଗଛ ପୂର୍ଣ୍ଣ ବିକଶିତ ହେବା ପୂର୍ବରୁ ପୋଲିସ ଏହାକୁ ନଷ୍ଟ କରି ଦେଇଥିଲା । ତେବେ ଜିଲାରେ ପ୍ରଥମଥର ପାଇଁ  ଅଫିମ ନିଶା ଗଛ ଜିଲା ପୋଲିସ ଠାବ କରିଛି ଏବଂ ପ୍ରାରମ୍ଭିକ ସୂଚନା ଅନୁଯାୟୀ ଜଣାପଡିଛି ଯେ ଏହି ଅଫିମ ଚାଷରେ ଆନ୍ତଃରାଜ୍ୟ ବେପାରୀ ସାମିଲ ଥାଇପାରନ୍ତି । ତଦନ୍ତ ଚାଲିଥିବା ହେତୁ ବଡବିଲ ଏସଡିପିଏ ପିଙ୍ଗୁଆ ଅଧିକ ସୂଚନା ଦେବା ପାଇଁ ମନା କରି ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri