୬ରୁ ହକି ବିଶ୍ୱକପ୍‌ ଟ୍ରଫିର କେନ୍ଦୁଝର ପରିକ୍ରମା

କେନ୍ଦୁଝର,୩ା୧(ଡି.ଏନ୍‌.ଏ): ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ପରିପ୍ରେକ୍ଷୀରେ ଟ୍ରଫି ରାଜ୍ୟର ବିଭିନ୍ନ ଜିଲା ପରିକ୍ରମା କରୁଛି। ଏହିକ୍ରମରେ ଆଗାମୀ ଜାନୁୟାରୀ ୬ ଓ ୭ ଦୁଇଦିନ ଧରି ଟ୍ରଫି କେନ୍ଦୁଝର ଜିଲା ପରିକ୍ରମା କରିବ। ଟ୍ରଫିକୁ ଭବ୍ୟ ସ୍ବାଗତ ଜଣାଇବା ନିମନ୍ତେ ଜିଲା ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଲକୋଇ ବ୍ଲକ୍‌ ଅନ୍ତର୍ଗତ ବିମଳାଠାରେ ଢେଙ୍କାନାଳ ଜିଲା ପ୍ରଶାସନଠାରୁ ହକି ବିଶ୍ୱକପ୍‌ ଟ୍ରଫିକୁ କେନ୍ଦୁଝର ଜିଲା ପ୍ରଶାସନ ତରଫରୁ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ତେଲକୋଇ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ୍‌କୁ ଅଣାଯିବ । ଜାନୁଆରୀ ୬ ସନ୍ଧ୍ୟାରେ ଟ୍ରଫି କେନ୍ଦୁଝର ଜିଲା ସଦର ମହକୁମାସ୍ଥ ସର୍କିଟ୍‌ ହାଉସ୍‌ଠାରେ ପହଞ୍ଚତ୍ବ। ୭ରେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ହକି ବିଶ୍ୱକପ୍‌ ଟ୍ରଫିକୁ ଅଣାଯିବ। ଏହି ସମୟରେ ବିଭିନ୍ନ ସ୍ଥାନରେ ଭବ୍ୟ ସ୍ବାଗତ କରାଯିବ। ଏ ନେଇ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜୟଶ୍ରୀ ବେଉରା, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ ନାଏକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଚମ୍ପୁଆର ଜୟଶ୍ରୀ ମଲ୍ଲିକ୍‌, ଡିଏସ୍‌ପି. ଡି.ଆଇ.ବି. ଇନ୍ଦୁମତି ପଶ୍ଚିମକବାଟ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଆନନ୍ଦପୁର ଉପଜିଲାପାଳ ଅନୀଲ ସେଠୀ, ଚମ୍ପୁଆ ଉପଜିଲାପାଳ ସୁକାନ୍ତ ମାଝୀ, ଜିଲାସ୍ତରୀୟ ଅଧିକାରୀ, ଜିଲାର ସମସ୍ତ ବିଡିଓ, ତହସିଲଦାର, ପୌରପାଳିକାର ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri