ସ୍ମାର୍ଟ ହେଲ୍‌ଥ କାର୍ଡରେ ଯୋଡ଼ିହେଲା କେନ୍ଦୁଝର

ଭୁବନେଶ୍ୱର(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର./ଡି.ଏନ୍‌.ଏ.), ୧୮।୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଯୋଡ଼ିହୋଇଛି। କେନ୍ଦୁଝର ଜିଲା ସଂସ୍କୃତି ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି। ସ୍ମାର୍ଟ ହେଲଥ୍‌ କାର୍ଡ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି। କେନ୍ଦୁଝର ଜିଲାର ପ୍ରାୟ ୪ ଲକ୍ଷ ୨୦ ହଜାର ପରିବାର ଏହାଦ୍ୱାରା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲା ପାଇଁ ମୋଟ ୧,୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।
କେନ୍ଦୁଝରକୁ ସମୃଦ୍ଧ ଜିଲା ଭାବେ ଗଢ଼ିତୋଳିବା ସରକାରଙ୍କ ଲକ୍ଷ୍ୟ। ୨୦୨୨ ଡିସେମ୍ବର ସୁଦ୍ଧା ଜିଲାର ସବୁ ଗଁା, ସହର ସମେତ ପ୍ରତି ପରିବାର ପାଖରେ ପାଇପ୍‌ ପାଣି ପହଞ୍ଚତ୍ଛି। ଜନଜାତି ସମ୍ପ୍ରଦାୟର ଲୋକଙ୍କ ରୋଜଗାର ବୃଦ୍ଧି ଲାଗି ରାଜ୍ୟ ସରକାର ୩୬ କୋଟି ଟଙ୍କା ବିନିଯୋଗରେ ମେଗା କୁକୁଡ଼ା ପାଳନ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି। ଏହାଦ୍ବାରା ଜନଜାତି ବର୍ଗର ୩୦ ହଜାର ଲୋକ ଉପକୃତ ହେବେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ଗରିବ ଲୋକେ ଚିକିତ୍ସା ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଦେଶର ୨୦୦ ବଡ଼ ହସ୍ପିଟାଲରେ ରୋଗୀଙ୍କୁ ଚିକିତ୍ସା ସୁବିଧା ମିଳିବ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ରାଜ୍ୟ ସରକାରଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସମସ୍ତେ ସମ୍ମାନର ସହ ବଞ୍ଚତ୍ବା ଉଚିତ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ ଯେଉଁଠି ରାଜ୍ୟ ସରକାର କରୋନା ରୋଗୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି। ଶିଶୁ ଦିବସରେ ୧୦୦ ରୂପାନ୍ତରିତ ସ୍କୁଲ ଲୋକାର୍ପଣ ହୋଇଛି, ଯାହା ଏକ ରେକର୍ଡ। ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲା ଭଲ ପ୍ରଦର୍ଶନ କରୁଛ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡିଂ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, କେନ୍ଦୁଝର ପାଟଣା ବିଧାୟକ ଜଗନ୍ନାଥ ନାୟକ ଯୋଗଦେଇ ଓଡ଼ିଶା ବିକାଶରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ରାଜ୍ୟର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?