୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ କେନ୍ଦୁଝର ଅର୍ଥନୀତିକୁ ସମୃଦ୍ଧ କରିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର, ୫ା୫: ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର କୁସୁମିତା ଠାରେ ମହାସମାରୋହରେ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ୫୦ କୋଟି ଟଙ୍କା ବ୍ୟୟ ବରାଦରେ କୁସୁମୀତା ଠାରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଜିଲ୍ଲାରେ ପ୍ରାୟ ୧୧୫୫ କୋଟି ଟଙ୍କା ବ୍ୟୟ ବରାଦର ସମୁଦାୟ ୩୪୦ ଗୋଟି ନୂତନ ପ୍ରକଳ୍ପର ଘୋଷଣା, ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ବିଳ୍ପବ ସହିତ ଆଧ୍ୟାତ୍ମିକତାର ପ୍ରତୀକ ଥିଲେ ଧରଣୀଧର। ମହାନ ବିପ୍ଲବୀ ଧରଣୀଧର ଓଡ଼ିଶାରେ ବ୍ରିଟିଶ୍ ବିରୋଧୀ ଆନ୍ଦୋଳନରେ ନେତୃତ୍ୱ ଦେଇଥିବା ଏକ ଦୃଢ ସଂଘର୍ଷୀ ନାୟକ। ତାଙ୍କ ଦୃଢ ସଂକଳ୍ପ, ଦେଶପ୍ରେମ ଓ ତ୍ୟାଗ ଆଜି ଯୁବପିଢି ପାଇଁ ପ୍ରେରଣା ସ୍ରୋତ। ରାଜ୍ୟ ସରକାର ତାଙ୍କ ସ୍ମୃତିକୁ ଅମର କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ପୂଜ୍ୟପୂଜା ପରମ୍ପରାକୁ ଗୁରୁତ୍ୱ ଦେଇ ଆଜି ଆମ ସରକାର ସାରା ଓଡିଶାରେ ମହାପୁରୁଷ ମାନଙ୍କ ଜୟନ୍ତୀ ସେମାନଙ୍କ ଜନ୍ମ ମାଟିରେ ପାଳନ କରୁଛି । ଏହାହିଁ ଆମ ଅସ୍ମିତାର ପରିଚୟ।

ଧରଣୀଧରଙ୍କ ଜୀବନୀ ହିଁ ଆମକୁ ଅଖଣ୍ଡତା ଓ ବିକାଶର ଦିଗରେ କାର୍ଯ୍ୟ କରିବାକୁ ଶିକ୍ଷା ପ୍ରଦାନ କରେ। ଜୀବନର ପ୍ରଥମ ଭାଗ ସେ ବିଦ୍ରୋହ କରି ସ୍ୱାଧୀନତାର ଅଗ୍ନି ଜଳାଇଥିଲେ ଓ ଶେଷ ଭାଗକୁ ସେ ଆଧ୍ୟାତ୍ମିକ ମାର୍ଗରେ ଯାଇ ଦେଶର ସ୍ୱାଧୀନତା ପାଇଁ ଇଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥିଲେ। ଆଜି ଧରଣୀଧର ନାହାନ୍ତି, ତାଙ୍କ ସ୍ମୃତି ଅଛି। ବିପ୍ଲବ କରିବାର ଯେଉଁ ଚେତନା ସେ ସୃଷ୍ଟି କରିଥିଲେ, ସେ ଚେତନା ଅଛି। ଆଜି ସ୍ୱାଧୀନତା ପାଇଁ ଲଢିବାର ନାହିଁ। ଆଜିର ସମୟ ହେଉଛି ବିକାଶ ପାଇଁ ଲଢିବାର ସମୟ। ଦୀର୍ଘ ଦିନ ଧରି କେନ୍ଦୁଝରକୁ ଯେଉଁ ଅବହେଳା ହୋଇଥିଲା, ତାକୁ ଦୂର କରିବାର ସମୟ ଆଜି ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଲଢେଇ କରି ବଞ୍ଚିବା ପାଇଁ ଏ ମାଟିର ବରପୁତ୍ର ଧରଣୀଧର ଆହ୍ୱାନ ଦେଇଥିଲେ ଏବଂ ସେହି ଆହ୍ୱାନକୁ କାମରେ ଲଗାଇ ଆଜି ମୁଁ ମୋ ରାଜ୍ୟର ସେବା କରିବାର ସୁଯୋଗ ପାଇଛି। ଏ ମାଟିର ଶକ୍ତି ଆମକୁ ଆହୁରି ସଶକ୍ତ କରିଛି ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଏହି ଶକ୍ତି ଆମକୁ ପ୍ରେରଣା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧରଣୀଧରଙ୍କ ସ୍ମୃତିରେ ଭୁବନେଶ୍ୱରରେ ଏକ ଅତିଥି ଭବନ ପ୍ରତିଷ୍ଠା କରାଯିବ। ଯେଉଁ ସ୍ମୃତି ପୀଠ ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ସେଥିରେ ଧରଣୀଧରଙ୍କ ପୈତୃକ ବାସ ଗୃହର ସଂରକ୍ଷଣ କରାଯିବ ଏବଂ ତାଙ୍କ ବ୍ୟବହୃତ ସାମଗ୍ରୀ ଗୁଡିକୁ ସୁରକ୍ଷିତ କରି ରଖାଯିବ। ଧରଣୀଧରଙ୍କ ଘର ପାଖରେ ଦୁଇ ଏକର ଜମିରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବା ସହିତ ଏକ ବ୍ୟାଖ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏହାକୁ ଏକ ପର୍ଯ୍ୟଟନ ଭାବେ ବିକଶିତ କରିବା ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝରରେ ଖୁବଶୀଘ୍ର ଜେଏସ୍‌ଡବ୍ଲୁ ଦ୍ୱାରା ଏକ ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଷ୍ଟିଲପ୍ଲାଣ୍ଟ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୫ ହଜାର କୋଟି ଟଙ୍କା ବିନିଯୋଗ ହେବ। ଏଥି ସହିତ କେନ୍ଦୁଝରରେ ସମୁଦାୟ ୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ ୩୦ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଯାହାଦ୍ୱାରା ୩୦ରୁ ୩୫ ହଜାର ଯୁବକ ଯୁବତୀ ରୋଜଗାର ପାଇବେ। ଶିଳ୍ପ ପ୍ରତିଷ୍ଠାନ ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ଜଳସେଚନ ପ୍ରକଳ୍ପ ଗୁଡିକୁ ମଧ୍ୟ ପ୍ରାଧାନ୍ୟ ଦିଆଯିବ ଯାହା ଦ୍ୱାରା କେନ୍ଦୁଝର ଜିଲା ଅର୍ଥନୈତିକ ଦୃଷ୍ଟିକୋଣରୁ ମଧ୍ୟ ଆଗକୁ ଯିବ।

କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିପ୍ଲବୀ ଧରଣୀଧରଙ୍କୁ ସ୍ୱାଭିମାନର ପ୍ରତୀକ ବୋଲି କହିବା ସହିତ ତାଙ୍କ ଜୀବନୀରୁ ପ୍ରତ୍ୟେକ ବର୍ଗ ଅନୁପ୍ରାଣିତ ହେବା ପାଇଁ କହିଥିଲେ।

କାର୍ଯ୍ୟକ୍ରମରେ ବିପ୍ଲବୀ ଧରଣୀଧର ନାଏକଙ୍କ ବଂଶଧର କଳାକର ନାଏକ ଯୋଗଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ସମ୍ପାଦକ ଶ୍ୟାମ ସୁନ୍ଦର ନାଏକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ କେନ୍ଦୁଝର ଜିଲାପାଳ ବିଶାଲ ସିଂହ ସ୍ୱାଗତ ଭାଷଣ ଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ଉପଦେଷ୍ଟା ମମିତା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?