Posted inଖେଳ

କେରଳ ୨, ନର୍ଥଇଷ୍ଟ ୨

ବାମ୍ବୋଲିମ୍‌(ଗୋଆ): ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଗୁରୁବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ଓ ନର୍ଥଇଷ୍ଟ ୟୁନାଇଟେଡ ପଏଣ୍ଟ ଭାଗ କରିଛନ୍ତି। ପ୍ରଥମାର୍ଦ୍ଧରେ କେରଳ ଦଳ ୨-୦ ଗୋଲରେ ଅଗ୍ରଣୀ ରହିଥିଲେ ହେଁ ନର୍ଥଇଷ୍ଟ ଦ୍ୱିତୀୟାର୍ଦ୍ଧରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ଡ୍ର ରଖିଥିଲା। ୨ ମ୍ୟାଚରୁ ୧ ବିଜୟ ଓ ୧ ଡ୍ର ସହ ନର୍ଥଇଷ୍ଟର ପଏଣ୍ଟ ସଂଖ୍ୟା ୪ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଏଠାରୁ ପୂରା ୩ ପଏଣ୍ଟ ଆଶା କରୁଥିବା କେରଳକୁ ୧ ପଏଣ୍ଟରେ ସନ୍ତୁଷ୍ଟ ରହିବାକୁ ପଡ଼ିଛି। କେରଳର ସିତ୍ୟାସେନ ସିଂ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ନର୍ଥଇଷ୍ଟର ଡିଲାନ ଫକ୍ସ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ।
ମ୍ୟାଚ ଆରମ୍ଭରୁ କେରଳ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ୫ମ ମିନିଟରେ ଡାହାଣ ପଟରୁ ସିତ୍ୟାସେନ ସିଂଙ୍କ ଫ୍ରି କିକ୍‌ ବକ୍ସ ମଧ୍ୟକୁ ଆସିଥିବାବେଳେ ସର୍ଗିଓ ସିଡୋଞ୍ଚା ଜମ୍ପକରି ହେଡ୍‌ ଜରିଆରେ ଏହାକୁ ଗୋଲରେ ପରିଣତ କରି କେରଳକୁ ଅଗ୍ରଣୀ ଦେଇଥିଲେ। ୪୫ତମ ମିନିଟରେ ବକ୍ସ ଏରିଆ ମଧ୍ୟରେ ନର୍ଥଇଷ୍ଟ ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ପାଇଁ କେରଳକୁ ପେନାଲ୍ଟି ସୁଯୋଗ ମିଳିଥିଲା। ଗ୍ୟାରୀ ହୁପର କୌଣସି ଭୁଲ୍‌ ନ କରି ଏହାକୁ ଗୋଲରେ ପରିଣତ କରିବା ସହ କେରଳ ଅଗ୍ରଣୀକୁ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ୨-୦ରେ ପହଞ୍ଚାଇ ଦେଇଥିଲେ। ଗୋଲ ପରିଶୋଧ ଲକ୍ଷ୍ୟରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ନର୍ଥଇଷ୍ଟ ଆକ୍ରମଣକୁ ଜୋର୍‌ଦାର କରିଥିଲା। ୫୧ତମ ମିନିଟରେ କ୍ୱେସି ଆପିଆ ଗୋଟିଏ ଗୋଲ ପରିଶୋଧ କରିବାରୁ ମ୍ୟାଚରେ ରୋମାଞ୍ଚ ଆସିଥିଲା। ୬୫ତମ ମିନିଟରେ ନର୍ଥଇଷ୍ଟ ପାଇଁ ମ୍ୟାଚକୁ ସମାନ ସ୍ତରକୁ ଆଣିବାକୁ ସୁବର୍ଣ୍ଣ ସୁଯୋଗ ଆସିଥିଲା। ଗୋଲପୋଷ୍ଟ ବକ୍ସ ଏରିଆରେ ଆପିଆଙ୍କୁ କେରଳର ଜେସିଲ ଆଲାନ କାର୍ନେଇରୋ ଠେଲି ତଳେ ପକାଇ ଦେବାରୁ ନର୍ଥଇଷ୍ଟକୁ ପେନାଲ୍ଟି ମିଳିଥିଲା। ମାତ୍ର ଆପିଆଙ୍କ ଶଟ୍‌ ମିସ୍‌ ହୋଇଥିଲା। ସେ ଲଫ୍ଟ କର୍ନରରେ ବଲ୍‌ ମାରିବାକୁ ଉଦ୍ୟମ କରିଥିବାବେଳେ ତାହା ବାର୍‌ ଉପରେ ଚାଲି ଯାଇଥିଲା। ୯୦ତମ ମିନିଟରେ କେରଳ ୨-୧ରେ ଅଗ୍ରଣୀ ରହିଥିଲା। ମାତ୍ର ୫ ମିନିଟ ଇଞ୍ଜୁରି ଟାଇମ୍‌ ନର୍ଥଇଷ୍ଟ ପାଇଁ ଶୁଭ ସାବ୍ୟସ୍ତ ହୋଇଥିଲା। ୯୦+୧ ମିନିଟରେ ଗୁରଜିନ୍ଦରଙ୍କଠାରୁ ପାଇଥିବା ଲଙ୍ଗ୍‌ ପାସ୍‌କୁ ନିୟନ୍ତ୍ରଣକୁ ଆଣି ଇଦ୍ରିସା ସିଲା ଗୋଲ ଦେବାସହ ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ସୁରକ୍ଷିତ ଘରକୁ ଫେରିଛନ୍ତି ପିଭି ସିନ୍ଧୁ, ଏକ ଭାବପ୍ରବଣ ପୋଷ୍ଟରେ ଦେଲେ ସୂଚନା

ବେଙ୍ଗାଲୁରୁ,୩।୩: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବିଦେଶରେ ଥିବା ବ୍ୟାଟମିଣ୍ଟନ ତାରକା ପିଭି ସିନ୍ଧୁଙ୍କୁ ନେଇ ଆସିଛି ଏକ ଖୁସି ଖବର। ଦୁବଇରେ ଫସି ରହିଥିବା ଏହି ସଟଲର…

୨୦୨୬ ଟି-୨୦ ବିଶ୍ୱକପକୁ ସ୍ମରଣୀୟ କରିଦେଲା ସଞ୍ଜୁ ସାମସନଙ୍କ ଇନିଂସ

ନୂଆଦିଲ୍ଲୀ,୩।୩: ଟି-୨୦ ବିଶ୍ୱକପର ପ୍ରାରମ୍ଭିକ ମ୍ୟାଚରେ ପାନୀୟ ଗ୍ରହଣ କରିବା ପାଇଁ ଜଣାଶୁଣା ସଞ୍ଜୁ ସାମସନ ରବିବାର ରାତିରେ ଇଡେନ ଗାର୍ଡେନ୍ସରେ ଇତିହାସ ସୃଷ୍ଟି କରିଥିଲେ, ଯାହା…

ଫାଇନାଲକୁ ଯିବେ ଏହି ୨ ଦଳ: ଟି-୨୦ ବିଶ୍ୱକପ ଫାଇନାଲକୁ ନେଇ ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୩।୩: ପୂର୍ବତନ ଅଷ୍ଟ୍ରେଲିୟ ଦ୍ରୁତ ବୋଲର ଗ୍ଲେନ ମ୍ୟାକଗ୍ରା ଟି-୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ ଏକ ସାହସିକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ଭାରତ ଏବଂ…

ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ…

କିଏ ଅସନ୍ତୋଷ ପ୍ରକାଶ କଲେ, ଆଉ କେହି ଏହାକୁ ଏକ ପ୍ରଦର୍ଶନ ବୋଲି ଭାବିଥିଲେ…, IND vs PAK ହାତ ମିଳାଇବା ବିବାଦକୁ ନେଇ କ୍ରିକେଟ ଜଗତ ଦୁଇ ଭାଗ

ନୂଆଦିଲ୍ଲୀ,୩।୩: ଯେତେବେଳେ ବି ଭାରତ ଏବଂ ପାକିସ୍ତାନ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, ସେତେବେଳେ ଉତ୍ତେଜନା ସ୍ତର ଶୀର୍ଷରେ ଥାଏ। ଉଭୟ ଦଳର ଖେଳାଳିମାନେ…

ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିବା ପରେ ପାକିସ୍ତାନୀ କ୍ରିକେଟ୍‌ ଟିମକୁ କଠୋର ଦଣ୍ଡ ଦେଲା PCB, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୩।୩: ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିବା ପରେ ପାକିସ୍ତାନୀ କ୍ରିକେଟ୍‌ ଟିମକୁ ବଡ଼ ଝଟକା ଲାଗିଛି। PCB ପାକିସ୍ତାନର ଟି-୨୦ ବିଶ୍ୱକପ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ୫୦ଲକ୍ଷ…

ଟି-୨୦ରେ ନୂଆ ରେକର୍ଡ ସୃଷ୍ଟି କଲେ ସୂର୍ଯ୍ୟକୁମାର, ରୋହିତ ଶର୍ମାଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୩: ଭାରତୀୟ ଟି-୨୦ କ୍ରିକେଟରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଭାରତର ସବୁଠାରୁ ସଫଳ ଟି-୨୦…

ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri