Posted inଜାତୀୟ

ପୂର୍ବତନ ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ: ରାହୁଲ ଗାନ୍ଧୀଙ୍କଠାରୁ ଦୂରେଇ ରୁହନ୍ତୁ ଯୁବତୀ

ଥିରୁଭାନନ୍ତପୁରମ୍‌,୩୦।୩: କେରଳ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଇଡୁକି ଏମ୍‌ପି ଜୋଏସ ଜର୍ଜ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଉଡୁମ୍ବାଚୋଲାରେ ଏଲଡିଏଫ୍‌ ପ୍ରାର୍ଥୀ ତଥା ମନ୍ତ୍ରୀ ଏମ ମାନିଙ୍କ ପାଇଁ ନିର୍ବାଚନ ପ୍ରଚାର ସମୟରେ ଜର୍ଜ କହିଛନ୍ତି ଯେ ‘ମହିଳାମାନେ ରାହୁଲ ଗାନ୍ଧୀଙ୍କ ପ୍ରତି ସତର୍କ ରହିବା ଉଚିତ୍‌। ରାହୁଲ କେବଳ ମହିଳା କଲେଜ ପରିଦର୍ଶନ କରିବେ। ସେ ଝିଅମାନଙ୍କୁ ନଇଁବା ଶିଖାଇବେ। ରାହୁଲ ଗାନ୍ଧୀ ଅବିବାହିତ ସଙ୍କଟ ଦେଇ ଗତି କରୁଥିବା ସେ କହିଛନ୍ତି। ଜର୍ଜ ଆହୁରି ମଧ୍ୟ କହିଛନ୍ତି, ମୋର ପ୍ରିୟ ପିଲାମାନେ ଦୟାକରି ଆଦୌ ନଇଁ ପଡନ୍ତୁ ନାହିଁ ଏବଂ ତାଙ୍କ ସାମ୍ନାରେ ଠିଆ ହୁଅନ୍ତୁ, ସେ ବିବାହ କରିନାହାଁନ୍ତି। କେରଳ ବିରୋଧୀ ଦଳର ନେତା ରମେଶ ଚେନ୍ନିଥାଲା ଜର୍ଜଙ୍କ ମନ୍ତବ୍ୟକୁ ନିନନ୍ଦା କରି କହିଛନ୍ତି ଯେ, ଜର୍ଜଙ୍କ ବିରୋଧରେ ଏକ ମାମଲା ରୁଜୁ ହେବା ଉଚିତ୍‌। ସେ ମହିଳା ଏବଂ ରାହୁଲ ଗାନ୍ଧୀଙ୍କୁ ଅପମାନିତ କରିଛନ୍ତି।

ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ଗତ ସୋମବାର କୋଚିର ସେଣ୍ଟ ଟେରେସା କଲେଜରେ ଛାତ୍ରୀମାନେ ମାର୍ଶଲ ଆର୍ଟ ଟ୍ରେନିଂ ସମୟରେ ଉପସ୍ଥିତ ଥିଲେ। ଛାତ୍ରୀମାନେ ମାର୍ଶଲ ଆର୍ଟ କରୁଥିବାବେଳେ ରାହୁଲ ସେମାନଙ୍କ ଉତ୍ସାହ ବଢାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri