Posted inଖେଳ

କେରଳ ବ୍ଲାଷ୍ଟର୍ସ ୩-୧ରେ ବିଜୟୀ

ଭୁବନେଶ୍ୱର, ୧୧।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟରେ କେରଳ ବ୍ଲାଷ୍ଟର୍ସ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଅପରାହ୍ନ ୨ଟାରେ ପିଚ୍‌-୧ରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୩-୧ ଗୋଲରେ ଶିଲଂ ଲାଜଂ ଏଫ୍‌ସିକୁ ପରାସ୍ତ କରିଛି। ଫଳରେ ଦଳକୁ ପୂରା ୩ ପଏଣ୍ଟ ମିଳିଛି। ବିଜୟୀ ଦଳ ପକ୍ଷରୁ ଡବଲ ଗୋଲ ସ୍କୋର କରିଥିବା କ୍ୱାମେ ପେପ୍‌ରା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
ମ୍ୟାଚ୍‌ ଆରମ୍ଭରୁ ଆକ୍ରମଣାତ୍ମକ ଆଭିମୁଖ୍ୟରେ ଖେଳିଥିଲା କେରଳ ବ୍ଲାଷ୍ଟର୍ସ। ଏଥିରୁ ଦଳକୁ ଫାଇଦା ମଧ୍ୟ ମିଳିଥିଲା। ୧୫ତମ ମିନିଟରେ କ୍ୱାମେ ପେପ୍‌ରା ଏକ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ବିପଜ୍ଜନକ ଖେଳ ପାଇଁ ୨୪ତମ ମିନିଟରେ ଶିଲଂ ଲାଜଂର ହମେଦମାନଭା ଓ୍ବାଲାଙ୍ଗଙ୍କୁ ରେଫରି ୟେଲୋ କାର୍ଡ ଦେଖାଇଥିଲେ। ଏହାର ୩ ମିନିଟ ପରେ ଅର୍ଥାତ୍‌ ୨୭ତମ ମିନିଟରେ ପେପ୍‌ରା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରି ଦଳକୁ ୨-୦ରେ ଅଗ୍ରଣୀ କରିଥିଲେ। ମାତ୍ର ୩୦ତମ ମିନିଟରେ ଶିଲଂ ଲାଜଂର ରେନାନ ପାନୁଲିନୋ ଡି’ସୁଜା ଗୋଟିଏ ଗୋଲ ପରିଶୋଧ କରିବାରେ ସକ୍ଷମ ହୋଇଥିଲେ। ଫଳରେ ପ୍ରଥମାର୍ଦ୍ଧ ଶେଷ ବେଳକୁ କେରଳ ଦଳ ୨-୧ରେ ଆଗୁଆ ରହିଥିଲା। ଦ୍ୱିତୀୟାର୍ଦ୍ଧ ଆରମ୍ଭରେ ଅର୍ଥାତ୍‌ ୪୬ତମ ମିନିଟରେ ମହମ୍ମଦ ଅମିନ ଏକ ଗୋଲ ଦେଇ କେରଳ ବ୍ଲାଷ୍ଟର୍ସ ଅଗ୍ରଣୀ ବ୍ୟବଧାନକୁ ୩-୧ରେ ପହଞ୍ଚାଇଥିଲେ। ମ୍ୟାଚ ଶେଷ ପର୍ଯ୍ୟନ୍ତ ଏହି ସ୍କୋର ବଳବତ୍ତର ରହିଥିଲା। ଗୋଲ ପରିଶୋଧ ପାଇଁ ଲାଜଂ ଦଳ ଉଦ୍ୟମ କରିଥିଲେ ହେଁ ସଫଳ ହୋଇପାରି ନ ଥିଲା। ଇଞ୍ଜୁରି ଟାଇମ୍‌ ଅର୍ଥାତ୍‌ ୯୦+୨ ମିନିଟ୍‌ରେ ବ୍ଲାଷ୍ଟର୍ସର ସନ୍ଦୀପ ସିଂ ସୋରାଇଶାମଙ୍କୁ ହଳଦିଆ କାର୍ଡ ମିଳିଥିଲା।

 

ଦର୍ଶକଙ୍କ ପାଇଁ ବ୍ୟବସ୍ଥା

କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟର ଅଧିକାଂଶ ମ୍ୟାଚକୁ ଦର୍ଶକମାନେ ଯେପରି ମାଗଣାରେ ଦେଖି ପାରିବେ ସେଥିପାଇଁ ବ୍ୟବସ୍ଥା କରାଯାଇଛି। ଓଡ଼ିଶା ଏଫ୍‌ସିର ୩ଟି ମ୍ୟାଚ, ଡର୍ବି ମ୍ୟାଚ (ମୋହନ ବାଗାନ ସୁପର ଜାଏଣ୍ଟ୍ସ ବନାମ ଇଷ୍ଟ ବେଙ୍ଗଲ) ଏବଂ ୨ଟି ସେମିଫାଇନାଲ ଓ ଫାଇନାଲକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ମ୍ୟାଚ ଦର୍ଶକମାନେ ମାଗଣାରେ ଦେଖି ପାରିବେ ବୋଲି ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri