Posted inଜାତୀୟ

ଅଗ୍ନିପଥ ଯୋଜନାକୁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ପ୍ରାୟ ୧୫ ରାଜ୍ୟରେ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଉଛି । କେରଳରେ ଯୁବକମାନେ ରାଜଭବନ ଘେରାଉ କରିଛନ୍ତି । ରାଜସ୍ଥାନରେ ବି ଏହାକୁ ବିରୋଧ କରାଯାଉଛି । ତାମିଲନାଡୁ, କର୍ନାଟକ, ଆନ୍ଧ୍ରପ୍ରଦେଶରେ ବି ସମାନ ସ୍ଥିତି । ତେଲେଙ୍ଗାନା, ବିହାର ଓ ଉତ୍ତର ପ୍ରଦେଶରେ ଏହାକୁ ନେଇ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି । ବିହାରରେ ଏବେ ପର୍ଯ୍ୟନ୍ତ ୭୫୦ରୁ ଅଧିକ ଏଫଆଇଆର ଦିଆଗଲାଣି । ଏହାକୁ ଦୃଷ୍ଟିରେ ରଖି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଅଗ୍ନିପଥ ଯୋଜନାକୁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି । ଏହାକୁ ସ୍ଥଗିତ ରଖିବା ସହ ଯୁବକଙ୍କ ହିତ ଉଦ୍ଦେଶ୍ୟରେ କିଛି ନିଷ୍ପତ୍ତି ନିଅନ୍ତୁ ବୋଲି ସେ ଟୁଇଟ କରି କହିଛନ୍ତି । ସେ କହିଛନ୍ତି ଏହି ଯୋଜନାକୁ ନେଇ ସାରା ଦେଶରେ ଯେଉଁଭଳି ଭାବରେ ବିରୋଧ ପ୍ରଦର୍ଶନ କରାଯାଉଛି ଏଥିରୁ ସ୍ପଷ୍ଟ ହେଉଛି ଯେ ଏହି ଯୋଜନାକୁ ନେଇ ଯୁବକମାନେ ଆଦୌ ଖୁସି ନାହାନ୍ତି । ତେଣୁ ପ୍ରଧାନମନ୍ତ୍ରୀ ଏହାକୁ ସ୍ଥଗିତ କରି କିଛି ଭଲ ନିଷ୍ପତ୍ତି ନିଅନ୍ତୁ ।
ସେହିପରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଯୁବକଙ୍କ ରାଗର କାରଣ ହୋଇଛି । କେନ୍ଦ୍ର ସରକାର ପୁଣିଥରେ ଏହା ଉପରେ ବିଚାର କରନ୍ତୁ । ଏହି ଯୋଜନାକୁ କେତେଜଣ ପୂର୍ବତନ ସେନା ବି ବିରୋଧ କରୁଛନ୍ତି । ତେଣୁ ସେନା ଚାକିରି ପାର୍ଟ ଟାଇମ ଜବ୍ ଭଳି ହେବା ଅନୁଚିତ ବୋଲି ସେ କହିଛନ୍ତି । ସେନାର ଅନୁଶାସନ ପାଇଁ ଏହା କ୍ଷତିକାରକ ବୋଲି ଷ୍ଟାଲିନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?