Posted inଜାତୀୟ

ପ୍ରସବ ପାଇଁ ଯାଉଥିଲେ ହସ୍ପିଟାଲ: ରାସ୍ତା ମଝିରେ ଜଳିଗଲା କାର୍‌

କନ୍ନୁର,୨।୨: କେରଳର କନ୍ନୁରରେ ଗୁରୁବାର ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଛି। କାର୍‌ ସହିତ ଗର୍ଭବତୀ ମହିଳା ଓ ତାଙ୍କ ସ୍ବାମୀ ଜଳିଯାଇଛନ୍ତି। ନିଆଁର ଭୟାବହ ଏତେ ଥିଲା ଯେ, ଦମ୍ପତିଙ୍କୁ ବଞ୍ଚାଇବା ସମ୍ଭବପର ହୋଇପାରି ନ ଥିଲା। ମୃତ ଗର୍ଭବତୀ ମହିଳା ରୀଶା (୨୬) ଓ ସ୍ବାମୀ ପ୍ରିଜିଥ (୩୫)ଙ୍କ ଘର କୁୁଟ୍ଟିଆଟ୍ଟୁରରେ। ସୂଚନାଯୋଗ୍ୟ, ମହିଳାଙ୍କୁ ପ୍ରସବ ପୀଡ଼ା ହେବାରୁ ତାଙ୍କ ସ୍ବାମୀ ଏକ କାର୍‌ରେ ତାଙ୍କୁ ହସ୍ପିଟାଲକୁ ନେଇଯାଉଥିଲେ। ହେଲେ ହସ୍ପିଟାଲ ପହଞ୍ଚିବା ପୂର୍ବରୁ ହଠାତ୍‌ କାରରେ ନିଆଁ ଲାଗିଯାଇଥିଲା। କାର୍‌ରେ ନିଆଁ ଲାଗିବା ମାତ୍ରେ ପଛ ସିଟ୍‌ରେ ବସିଥିବା ଜଣେ ଶିଶୁ ସମେତ ୪ ଜଣ ଗାଡ଼ିରୁ ଓହ୍ଲାଇ ପଡ଼ିଥିବା ବେଳେ ଦମ୍ପତି କାର୍‌ରୁ ବାହାରି ପାରି ନ ଥିଲେ। ଘଟଣାର ସୂଚନା ପାଇ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମ୍ପତ୍ତିଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେବା ବେଳକୁ ସେମାନଙ୍କର ମୃତ୍ୟୁ ଘଟିଥିଲା। କାର୍‌ ଆଗ କାଚକୁ ଭାଙ୍ଗି ସ୍ଥାନୀୟ ଲୋକେ ଦମ୍ପତିଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ହେଁ ସେମାନେ ସଫଳ ହୋଇ ପାରି ନ ଥିଲେ। ତେବେ କାର୍‌ରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଏକ୍ସପର୍ଟ ଟିମ୍‌ କାର୍‌ର ଯାଞ୍ଚ କରୁଥିବାବେଳେ ସ୍ଥାନୀୟ ପୋଲିସ ଘଟଣା ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ଆହତଙ୍କୁ ହସ୍ପିଟାଲ ପଠାଯାଇଥିବା ବେଳେ ସେମାନେ ଆହତ ହୋଇନାହାନ୍ତି ବୋଲି କନ୍ନୁରର ସିଟି ପୋଲିସ କମିଶନର ଅଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri