Posted inଜାତୀୟ

ପ୍ରସବ ପାଇଁ ଯାଉଥିଲେ ହସ୍ପିଟାଲ: ରାସ୍ତା ମଝିରେ ଜଳିଗଲା କାର୍‌

କନ୍ନୁର,୨।୨: କେରଳର କନ୍ନୁରରେ ଗୁରୁବାର ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଛି। କାର୍‌ ସହିତ ଗର୍ଭବତୀ ମହିଳା ଓ ତାଙ୍କ ସ୍ବାମୀ ଜଳିଯାଇଛନ୍ତି। ନିଆଁର ଭୟାବହ ଏତେ ଥିଲା ଯେ, ଦମ୍ପତିଙ୍କୁ ବଞ୍ଚାଇବା ସମ୍ଭବପର ହୋଇପାରି ନ ଥିଲା। ମୃତ ଗର୍ଭବତୀ ମହିଳା ରୀଶା (୨୬) ଓ ସ୍ବାମୀ ପ୍ରିଜିଥ (୩୫)ଙ୍କ ଘର କୁୁଟ୍ଟିଆଟ୍ଟୁରରେ। ସୂଚନାଯୋଗ୍ୟ, ମହିଳାଙ୍କୁ ପ୍ରସବ ପୀଡ଼ା ହେବାରୁ ତାଙ୍କ ସ୍ବାମୀ ଏକ କାର୍‌ରେ ତାଙ୍କୁ ହସ୍ପିଟାଲକୁ ନେଇଯାଉଥିଲେ। ହେଲେ ହସ୍ପିଟାଲ ପହଞ୍ଚିବା ପୂର୍ବରୁ ହଠାତ୍‌ କାରରେ ନିଆଁ ଲାଗିଯାଇଥିଲା। କାର୍‌ରେ ନିଆଁ ଲାଗିବା ମାତ୍ରେ ପଛ ସିଟ୍‌ରେ ବସିଥିବା ଜଣେ ଶିଶୁ ସମେତ ୪ ଜଣ ଗାଡ଼ିରୁ ଓହ୍ଲାଇ ପଡ଼ିଥିବା ବେଳେ ଦମ୍ପତି କାର୍‌ରୁ ବାହାରି ପାରି ନ ଥିଲେ। ଘଟଣାର ସୂଚନା ପାଇ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମ୍ପତ୍ତିଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେବା ବେଳକୁ ସେମାନଙ୍କର ମୃତ୍ୟୁ ଘଟିଥିଲା। କାର୍‌ ଆଗ କାଚକୁ ଭାଙ୍ଗି ସ୍ଥାନୀୟ ଲୋକେ ଦମ୍ପତିଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ହେଁ ସେମାନେ ସଫଳ ହୋଇ ପାରି ନ ଥିଲେ। ତେବେ କାର୍‌ରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଏକ୍ସପର୍ଟ ଟିମ୍‌ କାର୍‌ର ଯାଞ୍ଚ କରୁଥିବାବେଳେ ସ୍ଥାନୀୟ ପୋଲିସ ଘଟଣା ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ଆହତଙ୍କୁ ହସ୍ପିଟାଲ ପଠାଯାଇଥିବା ବେଳେ ସେମାନେ ଆହତ ହୋଇନାହାନ୍ତି ବୋଲି କନ୍ନୁରର ସିଟି ପୋଲିସ କମିଶନର ଅଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri