ମା’ବାପା କରୋନା ପଜିଟିଭ ଚିହ୍ନଟ ପରେ ୬ ମାସର ଶିଶୁର ଯତ୍ନ ନେଇ ଚର୍ଚ୍ଚାରେ ଏହି ଡାକ୍ତର

ମହାମାରୀ କରୋନା ସମୟରେ ଡାକ୍ତରମାନେ ନିଜ ଜୀବନକୁ ବାଜି ଲଗାଇ ଦିନରାତି ଏକ କରି ରୋଗୀମାନଙ୍କ ସେବା କରିବାରେ ଲାଗିପଡ଼ିଛନ୍ତି। ତେବେ ଏତିକିବେଳେ ଜଣେ କରୋନା ଯୋଦ୍ଧା ଆଉ ପାଦେ ଆଗକୁ ଯାଇ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ଜଣେ ୬ ମାସର ଶିଶୁଙ୍କ ମା’ବାପା କରୋନା ପଜିଟିଭ ଜଣାପଡ଼ିବା ପରେ ସେ ଶିଶୁଟିକୁ ନିଜ ପାଖରେ ରଖି ତା’ର ସମସ୍ତ ଦାୟିତ୍ୱ ନେଇଛନ୍ତି। ଏହି ଡାକ୍ତର ଜଣଙ୍କ ହେଲେ କେରଳର ମୈରୀ ଅନିତା।
ଏଲଭିନଙ୍କ ମା’ ବାପା କେରଳର ଗୁରୁଗ୍ରାମର ଏକ ହେଲ୍‌ଥ କେୟାର ସେଣ୍ଟରରେ ନର୍ସଭାବେ କାର୍ଯ୍ୟ କରୁଥିଲେ। ଗତ ମାସରେ ଏଲଭିନଙ୍କ ବାପା କରୋନା ପଜିଟିଭ୍‌ ବୋଲି ଜଣାପଡ଼ିଥିଲା। ଏହା ପରେ ସେ ହସ୍ପିଟାଲରେ ରହି ଚିକିତ୍ସିତ ହେଲେ। ଏହାର କିଛି ଦିନ ପରେ ଏଲଭିନଙ୍କ ମା’ ମଧ୍ୟ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଲେ। ପରେ ଏକ ଚାଇଲ୍ଡ ଓ୍ବେଲ୍‌ଫେୟାର କମିଟି ଏଲ୍‌ଭିନ୍‌ଙ୍କ ଦାୟିତ୍ୱ ନେଲା। କିନ୍ତୁ ଶିଶୁଟି କିଛି ଦିନ ମା’ଙ୍କ ସହ ରହିଥିବାରୁ ତାଙ୍କୁ କରୋନା ହେବାର ସମ୍ଭାବନା ଅଧିକ ଥିଲା। ତେଣୁ ଚାଇଲ୍ଡ ଓ୍ବେଲ୍‌ଫେୟାର କମିଟି ଅନୁମତିରେ ଡା. ମୈରୀ ଜୁନ୍‌ ୧୫ରୁ ଏଲଭିନଙ୍କୁ ନେଇ ନିଜର ଖାଲି ଥିବା ଏକ ଫ୍ଲାଟରେ ରଖିଥିଲେ। ମୈରୀଙ୍କର ନିଜର ୩ ପିଲା ଅଛନ୍ତି। ମୈରୀ ଏଲଭିନଙ୍କର ଦେଖାଶୁଣା କରିବା ସହ ତାଙ୍କ ମା’ବାପାଙ୍କ ସହ ପ୍ରତିଦିନ ଭିଡିଓ କଲ୍‌ରେ ମଧ୍ୟ କଥା କରାଉଛନ୍ତି। ବର୍ତ୍ତମାନ ଏଲଭିନଙ୍କ ମା’ବାପା ଠିକ୍‌ ଅଛନ୍ତି। ମୈରୀ ଆମପାଇଁ ଭଗବାନ ବୋଲି ଏଲଭିନଙ୍କ ମା’ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri