Posted inଜାତୀୟ

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ ହୋଇଥିବା ଜଣାପଡିଛି। ଆଇଏମ୍‌ଡି ପକ୍ଷରୁ ରବିବାର କୋଲମ ଏବଂ ଥିରୁଭନନ୍ଥପୁରମ ବ୍ୟତୀତ ରାଜ୍ୟର ସମସ୍ତ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ବାନିର୍ଂ ଜାରି କରାଯାଇଥିବା ବେଳେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ସତର୍କ କରିଦିଆଯାଇଛି।

ଇଡୁକି, କୋଟୟମ ଏବଂ ପଥନମଥିଟା ଜିଲାରେ ଅଧିକ କ୍ଷୟକ୍ଷତି ଘଟିଛି। ଭାଗମୋନରେ ମାତ୍ର ୨୪ ଘଣ୍ଟା ମଧ୍ୟରେ ୩୧୪ ମି.ମି ବର୍ଷା ରେକର୍ଡ କରାଯାଇଛି। ଇଡୁକିର ଅନେକ ସ୍ଥାନରେ ଭୂସ୍ଖଳନ ଏବଂ ବନ୍ୟା ହୋଇଥିବାବେଳେ ଚକୋଚି ବେଣ୍ଡ ନିକଟରେ ଭୂସ୍ଖଳନ ଯୋଗୁ କୋଚି-ଧନୁଷ୍କୋଡ଼ି ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଭାଣ୍ଡିପେରିୟାର ସ୍ଥିତ ଛୋଟୁପାରା କୈଥୋଡ଼ୁରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ଏନ.ଏଚ୍‌ ୧୮୩ରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ପଡ଼ୋଶୀ କୋଟ୍ଟାୟମ ଜିଲାରେ ପ୍ରବଳ ବର୍ଷା ଯୋଗୁ ଏରାଟୁପେଟ୍ଟା, କୁଟ୍ଟିକଲ, ଏରୁମେଲୀ ଏବଂ ପାଲା ଅଞ୍ଚଳର ବାଣିଜି୍ୟକ ତଥା ଆବାସିକ ଅଞ୍ଚଳଗୁଡ଼ିକ ଜଳବନ୍ଦୀ ହୋଇପଡ଼ିଛି। ଯାହାଫଳରେ ଯାତାୟାତ ବାଧାପ୍ରାପ୍ତ ହେବା ସହ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ପମ୍ପା ନଦୀ କୂଳବର୍ତ୍ତୀ ରାନ୍ନୀ, କୋଝେଞ୍ଚେରୀ ଏବଂ ଆରାନମୁଲାର ବିଭିନ୍ନ ଅଞ୍ଚଳ ବନ୍ୟାଜଳ ଦ୍ୱାରା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଆଶ୍ରୟହୀନ ହୋଇପଡ଼ିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଡଙ୍ଗା ମୁତୟନ କରାଯାଇଛି ବୋଲି ଅଧିକାରୀମାନେ କହିଛନ୍ତି।

ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ ମୋଟ ୬୫ଟି ରିଲିଫ କ୍ୟାମ୍ପ ଖୋଲାଯାଇ, ସେଠାରେ ୧୪୬୫ ଜଣଙ୍କୁ ଆଶ୍ରୟ ଦିଆଯାଇଛି। ଜଳସ୍ତର ଅତ୍ୟଧିକ ବୃଦ୍ଧି ପାଇବାରୁ ଭୁଥାଥାନକେଟୁ ଡ୍ୟାମ୍‌ର ୧୫ଟି ଗେଟରୁ ୧୪ଟି ଗେଟ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?