Posted inଜାତୀୟ

ପରଲୋକରେ ପୂର୍ବତନ ମନ୍ତ୍ରୀ ଜୋସେଫ

ଥିରୁଭାନନ୍ତମପୁରମ,୧୩।୯: କେରଳର ପୂର୍ବତନ ମନ୍ତ୍ରୀ ତଥା ଜନତା ଦଳର ବରିଷ୍ଠ ନେତା ପ୍ରଫେସର ଏନ୍‌ଏମ୍‌ ଜୋସେଫଙ୍କ ପରଲୋକ ଘଟିଛି। ୭୯ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମଙ୍ଗଳବାର ସକାଳେ ପାଲା ମେରିୟନ୍‌ ମେଡିକାଲ ସେଣ୍ଟରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବୁଧବାର ରୀତିନୀତିରେ ତାଙ୍କର ଶେଷକୃତ୍ୟ ଅନୁଷ୍ଠିତ ହେବ। ମଙ୍ଗଳବାର ଅପରାହ୍ନ ୪ଟାରେ ତାଙ୍କ ମୃତଦେହ ପାଲା କଡାପଟ୍ଟୁର ସ୍ଥିତ ବାସଭବନକୁ ଅଣାଯିବ। ଏନେଇ ଜୋସେଫଙ୍କ ପରିବାରଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଜୋସେଫଙ୍କ ବିୟୋଗରେ କେରଳର ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଶୋକବ୍ୟକ୍ତ କରିଛନ୍ତି। ଏଥିସହ ତାଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ୧୯୪୩ ଅକ୍ଟୋବର ୧୮ରେ ଜୋସେଫ ଜନ୍ମଗ୍ରହଣ କରିଥିଲେ। ସେ ଯୁବ କଂଗେସରୁ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ପରେ ସେ ଯୁବ କଂଗ୍ରେସ ରାଜ୍ୟ ଉପାଧ୍ୟକ୍ଷ ହୋଇଥିଲେ। ୧୯୭୭ରେ ଜୋସେଫ ଜନତା ଦଳରେ ଯୋଗଦେଇଥିଲେ। ୧୯୮୭ରୁ ୧୯୯୧ ପର୍ଯ୍ୟନ୍ତ ଏକେ ନାୟନରଙ୍କ ସରକାରରେ ସେ ଜଙ୍ଗଲବିଭାଗର ମନ୍ତ୍ରୀ ଥିଲେ। ଏତଦ୍‌ ବ୍ୟତୀତ ପାଲାର ସେଣ୍ଟ ଥୋମାସ୍‌ କଲେଜରେ ସେ ଅର୍ଥନୀତିର ପ୍ରଫେସର ମଧ୍ୟ ରହିଥିଲେ। ସେହିପରି ଜୋସେଫ କେରଳରେ ଜନତା ଦଳର ଅଧ୍ୟକ୍ଷ ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?