Posted inଜାତୀୟ

୩ ମାସ ଯାଏ ସରକାରଙ୍କୁ ଟଙ୍କାଟିଏ ବି ଦେବେନି ସିନେମାହଲ୍‌ ମାଲିକ

ଥିରୁଅନନ୍ତପୁରମ୍‌, ୧୨।୧: ମହାମାରୀ କରୋନାଠାରୁ ରକ୍ଷା ପାଇବା ପାଇଁ ବିଗତ ଏକ ବର୍ଷ ହେବ ସମସ୍ତ ଦେଶ ଏବଂ ରାଜ୍ୟ ସରକାର ଲୋକଙ୍କୁ ସହାୟତା ଯୋଗାଇ ଆସୁଛନ୍ତି। ଏହି ଭାଇରସ ଯୋଗୁ ସମସ୍ତେ ବହୁତ କଷ୍ଟ ସହିଛନ୍ତି। କିନ୍ତୁ ସିନେମା କ୍ଷେତ୍ରରେ ସମଗ୍ର ଦେଶ ବର୍ତ୍ତମାନ ପର୍ଯ୍ୟନ୍ତ ସମସ୍ୟାର ସମ୍ମୁଖୀନ ହେଉଛି। ସିନେମାର ସ୍ଥିତିକୁ ଦୃଷ୍ଟିରେ ରଖି କେରଳ ସରକାର ଏକ ନିଷ୍ପତ୍ତି ନେଇଛି। ଯାହା ପ୍ରକୃତରେ ପ୍ରଶଂସନୀୟ।

କେରଳ ସରକାର ଜାନୁୟାରୀରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ସିନେମା ହଲ୍‌ରୁ(ପ୍ରେକ୍ଷାଳୟରୁ) କର ନ ନେବାକୁ ନିଷ୍ପତ୍ତି ନେଇଛି। ଏଥିସହ ସିନେମାଘରକୁ ବିଦ୍ୟୁତ ବିଲ୍‌ରେ ୫୦ ପ୍ରତିଶତ ରିଲିଫ ମଧ୍ୟ ଦିଆଯାଇଛି। ଦେଶର ଅନ୍ୟ ରାଜ୍ୟଗୁଡ଼ିକର ସରକାର ଏ ନେଇ କୌଣସି ସୁବିଧା ବା ଛାଡ଼ ଦେଇ ନ ଥିବା ଜଣାପଡ଼ିଛି।
କିଛି ଦିନ ପୂର୍ବରୁ ତାମିଲନାଡୁ ସରକାର ପ୍ରେକ୍ଷାଳୟକୁ ନିଜ ରାଜ୍ୟରେ ୧୦୦ ପ୍ରତିଶତ ଖୋଲିବାକୁ ଅନୁମତି ଦେଇଥିଲେ। କିନ୍ତୁ କେନ୍ଦ୍ର ସରକାରଙ୍କ ଆପତ୍ତି କାରଣରୁ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ପଡିଥିଲା। ୫ ଜାନୟାରୀରୁ ଏକାସାଙ୍ଗରେ ଚଳଚ୍ଚିତ୍ର ଦେଖିବା ପାଇଁ ୫୦ ପ୍ରତିଶତ ଲୋକଙ୍କ ଅନୁମତି କ୍ରମେ କେରଳରେ ପ୍ରେକ୍ଷାଳୟ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri