Posted inଜାତୀୟ

କେରଳ ରାଜ୍ୟପାଳ ଆରିଫ ମହମ୍ମଦଙ୍କୁ ଦିଆଗଲା Z+ ସୁରକ୍ଷା

ଥିରୁଭାନନ୍ତପୁରମ୍‌,୨୭।୧: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ଙ୍କୁ ମିଳିଛି ଜେଡ୍‌ ପ୍ଲସ୍‌ ସୁରକ୍ଷା। କୋଲାମ ଜିଲାରେ ଏସ୍‌ଏଫ୍‌ଆଇ(ଷ୍ଟୁଡେଣ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ)ର କଳାପତାକା ପ୍ରଦର୍ଶନକୁ ନେଇ ସେ ରାଗିଯାଇ ରାସ୍ତା ମଝିରେ ବସିଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କଟାକ୍ଷ କରିବାକୁ ପଛାଇ ନ ଥିଲେ। ଏହି ଉତ୍ତେଜନାମୂଳକ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କ ରାଜଭବନ ବାହାରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି।

ଶନିବାର ରାଜ୍ୟର ରାଜଧାନୀରୁ ପ୍ରାୟ ୪୦ କିମି ଦୂରରେ ଥିବା କୋଲାମ ଜିଲାରେ ଆରିଫ ଖାନ୍‌ଙ୍କ କନଭେନକୁ ଏସ୍‌ଏଫ୍‌ଆଇ କର୍ମକର୍ତ୍ତାମାନେ କଳାପତାକା ଦେଖାଇବା ସହ ତାଙ୍କ ବିରୋଧରେ ସ୍ଲୋଗାନ ଦେଇ ରୋକିଥିଲେ। ଏହି ବିରୋଧକୁ ନେଇ ରାଜ୍ୟପାଳ ରାଗିଯିବା ସହ ନିଜ କାର୍‌ରୁ ରାସ୍ତା ମଝିରେ ବସିଥିଲେ। ପରେ ପୋଲିସ ପ୍ରଦର୍ଶନକାରୀଙ୍କୁ ହଟାଇଥିଲା। ହେଲେ ରାଜ୍ୟପାଳ ରାସ୍ତା ପାର୍ଶ୍ୱରେ ଥିବା ଏକ ଦୋକାନରେ ପଡ଼ିଥିବା ଚୌକିରେ ବସି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହି ନାଟକୀୟ ଦୃଶ୍ୟ ୨ ଘଣ୍ଟାରୁ ଅଧିକ ସମୟ ଯାଏ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଆଜି…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri