Posted inଜାତୀୟ

ବିଶ୍ୱବିଦ୍ୟାଳୟ କୁଳାଧିପତି ପଦରୁ ହଟିଲେ କେରଳ ରାଜ୍ୟପାଳ

ଥିରୁଭାନନ୍ଥପୁରମ୍‌,୧୦।୧୧: କେରଳ କଳାମଣ୍ଡଳମ୍‌ ଡିମ୍‌ଡ-ଟୁ ୟୁନିଭର୍ସିଟି କୁଳାଧିପତି ପଦରୁ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ଙ୍କୁ ରାଜ୍ୟ ସରକାର ଗୁରୁବାର ହଟାଇ ଦେଇଛନ୍ତି। ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତିକୁ ନେଇ କିଛିଦିନ ହେଲା ରାଜ୍ୟପାଳ ଏବଂ ପିନାରାୟୀ ବିଜୟନ ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା। ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ ନିୟମରେ ପରିବର୍ତ୍ତନ କରି ରାଜ୍ୟପାଳଙ୍କ ସ୍ଥାନରେ କଳା ଓ ସଂସ୍କୃତି କ୍ଷେତ୍ରର ଜଣେ ଖ୍ୟାତନାମା ବ୍ୟକ୍ତିଙ୍କୁ କୁଳାଧିପତି କରିଥିବା ଘୋଷଣା କରିଛନ୍ତି। ଅଣଭାଜପା ଶାସିତ ରାଜ୍ୟ କେରଳ ସମେତ ତାମିଲନାଡୁ ଓ ତେଲଙ୍ଗାନାରେ ରାଜ୍ୟପାଳ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଥିବା ଖବର ପ୍ରକାଶ ପାଇଥିଲା। ତାମିଲନାଡୁ ସରକାର ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କ ପ୍ରତ୍ୟାହାର ଚାହୁଁଥିବା ବେଳେ କେରଳ ସରକାର ରାଜ୍ୟପାଳ ଖାନ୍‌ଙ୍କୁ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପଦରୁ ହଟାଇବା ଲାଗି ସ୍ବତନ୍ତ୍ର ଅଧ୍ୟାଦେଶ ଆଣିବାକୁ ପ୍ରସ୍ତାବ ରଖିଛନ୍ତି। ରାଜ୍ୟପାଳ ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତି ରହିବା ଆବଶ୍ୟକ ନାହିଁ ବୋଲି ବିଜୟନ ସରକାର କହିଛନ୍ତି। ସେହିପରି ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ ପଡୋଶୀ ରାଜ୍ୟ ରାଜନୀତିରେ ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri