Posted inଜାତୀୟ

ବିଶ୍ୱବିଦ୍ୟାଳୟ କୁଳାଧିପତି ପଦରୁ ହଟିଲେ କେରଳ ରାଜ୍ୟପାଳ

ଥିରୁଭାନନ୍ଥପୁରମ୍‌,୧୦।୧୧: କେରଳ କଳାମଣ୍ଡଳମ୍‌ ଡିମ୍‌ଡ-ଟୁ ୟୁନିଭର୍ସିଟି କୁଳାଧିପତି ପଦରୁ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ଙ୍କୁ ରାଜ୍ୟ ସରକାର ଗୁରୁବାର ହଟାଇ ଦେଇଛନ୍ତି। ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତିକୁ ନେଇ କିଛିଦିନ ହେଲା ରାଜ୍ୟପାଳ ଏବଂ ପିନାରାୟୀ ବିଜୟନ ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା। ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ ନିୟମରେ ପରିବର୍ତ୍ତନ କରି ରାଜ୍ୟପାଳଙ୍କ ସ୍ଥାନରେ କଳା ଓ ସଂସ୍କୃତି କ୍ଷେତ୍ରର ଜଣେ ଖ୍ୟାତନାମା ବ୍ୟକ୍ତିଙ୍କୁ କୁଳାଧିପତି କରିଥିବା ଘୋଷଣା କରିଛନ୍ତି। ଅଣଭାଜପା ଶାସିତ ରାଜ୍ୟ କେରଳ ସମେତ ତାମିଲନାଡୁ ଓ ତେଲଙ୍ଗାନାରେ ରାଜ୍ୟପାଳ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଥିବା ଖବର ପ୍ରକାଶ ପାଇଥିଲା। ତାମିଲନାଡୁ ସରକାର ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କ ପ୍ରତ୍ୟାହାର ଚାହୁଁଥିବା ବେଳେ କେରଳ ସରକାର ରାଜ୍ୟପାଳ ଖାନ୍‌ଙ୍କୁ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପଦରୁ ହଟାଇବା ଲାଗି ସ୍ବତନ୍ତ୍ର ଅଧ୍ୟାଦେଶ ଆଣିବାକୁ ପ୍ରସ୍ତାବ ରଖିଛନ୍ତି। ରାଜ୍ୟପାଳ ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତି ରହିବା ଆବଶ୍ୟକ ନାହିଁ ବୋଲି ବିଜୟନ ସରକାର କହିଛନ୍ତି। ସେହିପରି ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ ପଡୋଶୀ ରାଜ୍ୟ ରାଜନୀତିରେ ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri