Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୩।୧୧: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଖୋଲାଖୋଲି ଭାବେ ଚ୍ୟାଲେଞ୍ଜ କରିଛନ୍ତି। କୂଳପତି ନିଯୁକ୍ତିରେ ରାଜନୈତିକ ହସ୍ତକ୍ଷେପର ଏକ ଉଦାହରଣ ଦେଖାଇବାକୁ ସେ ବିଜୟନଙ୍କୁ କହିଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ଏପରି ଏକ ଉଦାହରଣ ମଧ୍ୟ ଉପସ୍ଥାପନ କରିପାରିବେ ତେବେ ସେ ଇସ୍ତଫା ଦେବେ।
ଦିଲ୍ଲୀରେ ନିଜର ମତ ରଖି ଆରିଫ ଅହମ୍ମଦ କହିଛନ୍ତି,ସେ (କେରଳ ମୁଖ୍ୟମନ୍ତ୍ରୀ) ବାରମ୍ବାର କହୁଛନ୍ତି ଯେ ଆରଏସଏସର ଲୋକଙ୍କୁ ଆଣିବା ପାଇଁ ମୁଁ ଏହା କରୁଛି (କୁଳପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ)। ଯଦି ମୁଁ ମୋ କ୍ଷମତା ବ୍ୟବହାର କରି କେବଳ ଆରଏସଏସ ନୁହେଁ, ଯେକୌଣସି ବ୍ୟକ୍ତିଙ୍କୁ ମନୋନୀତ କରିଛି, ତେବେ ମୁଁ ଇସ୍ତଫା ଦେବି। ଏଥିସହ ସେ ରାଜ୍ୟରେ ଚୋରା ଚାଲାଣକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସୁରକ୍ଷା ଦେଉଥିବା ମଧ୍ୟ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ,ନିକଟରେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ୯ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ନିୟମକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଆଦେଶକୁ ଦୃଷ୍ଟିରେ ରଖି କେରଳ ରାଜ୍ୟପାଳ ଏହିପରି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟପାଳଙ୍କ ଏହି ନିର୍ଦ୍ଦେଶକୁ ନେଇ ଏବେ କେରଳ ମୁଖ୍ୟମନ୍ତ୍ରୀ ପିନ୍ନରାଇ ବିଜୟନ ତାଙ୍କୁ ଟାର୍ଗେଟ କରିବା ସହ ତାଙ୍କ ଉପରେ ପ୍ରବଳ ବର୍ଷିଥିଲେ। ରାଜ୍ୟପାଳ ଆର୍‌ଏସଏସ୍‌ ଇସାରାରେ କାମ କରୁଥିବା ନେଇ ସେ ଅଭିଯୋଗ କରିବା ସହ ରାଜ୍ୟପାଳ ନିଜ ଶକ୍ତିର ଦୂରୁପଯୋଗ କରୁଛନ୍ତି। ଏହା ଅଗଣତାନ୍ତ୍ରିକ ଏବଂ କୁଳପତିଙ୍କ ଶକ୍ତି ଉପରେ ଏହା ଏକ ଏନକାଉଣ୍ଟର। ରାଜ୍ୟପାଳ ପଦ ସରକାର ବିରୋଧୀ ନୁହେଁ, ବରଂ ସମ୍ବିଧାନର ସମ୍ମାନ ରକ୍ଷା କରିବା ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri