Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୩।୧୧: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଖୋଲାଖୋଲି ଭାବେ ଚ୍ୟାଲେଞ୍ଜ କରିଛନ୍ତି। କୂଳପତି ନିଯୁକ୍ତିରେ ରାଜନୈତିକ ହସ୍ତକ୍ଷେପର ଏକ ଉଦାହରଣ ଦେଖାଇବାକୁ ସେ ବିଜୟନଙ୍କୁ କହିଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ଏପରି ଏକ ଉଦାହରଣ ମଧ୍ୟ ଉପସ୍ଥାପନ କରିପାରିବେ ତେବେ ସେ ଇସ୍ତଫା ଦେବେ।
ଦିଲ୍ଲୀରେ ନିଜର ମତ ରଖି ଆରିଫ ଅହମ୍ମଦ କହିଛନ୍ତି,ସେ (କେରଳ ମୁଖ୍ୟମନ୍ତ୍ରୀ) ବାରମ୍ବାର କହୁଛନ୍ତି ଯେ ଆରଏସଏସର ଲୋକଙ୍କୁ ଆଣିବା ପାଇଁ ମୁଁ ଏହା କରୁଛି (କୁଳପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ)। ଯଦି ମୁଁ ମୋ କ୍ଷମତା ବ୍ୟବହାର କରି କେବଳ ଆରଏସଏସ ନୁହେଁ, ଯେକୌଣସି ବ୍ୟକ୍ତିଙ୍କୁ ମନୋନୀତ କରିଛି, ତେବେ ମୁଁ ଇସ୍ତଫା ଦେବି। ଏଥିସହ ସେ ରାଜ୍ୟରେ ଚୋରା ଚାଲାଣକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସୁରକ୍ଷା ଦେଉଥିବା ମଧ୍ୟ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ,ନିକଟରେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ୯ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ନିୟମକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଆଦେଶକୁ ଦୃଷ୍ଟିରେ ରଖି କେରଳ ରାଜ୍ୟପାଳ ଏହିପରି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟପାଳଙ୍କ ଏହି ନିର୍ଦ୍ଦେଶକୁ ନେଇ ଏବେ କେରଳ ମୁଖ୍ୟମନ୍ତ୍ରୀ ପିନ୍ନରାଇ ବିଜୟନ ତାଙ୍କୁ ଟାର୍ଗେଟ କରିବା ସହ ତାଙ୍କ ଉପରେ ପ୍ରବଳ ବର୍ଷିଥିଲେ। ରାଜ୍ୟପାଳ ଆର୍‌ଏସଏସ୍‌ ଇସାରାରେ କାମ କରୁଥିବା ନେଇ ସେ ଅଭିଯୋଗ କରିବା ସହ ରାଜ୍ୟପାଳ ନିଜ ଶକ୍ତିର ଦୂରୁପଯୋଗ କରୁଛନ୍ତି। ଏହା ଅଗଣତାନ୍ତ୍ରିକ ଏବଂ କୁଳପତିଙ୍କ ଶକ୍ତି ଉପରେ ଏହା ଏକ ଏନକାଉଣ୍ଟର। ରାଜ୍ୟପାଳ ପଦ ସରକାର ବିରୋଧୀ ନୁହେଁ, ବରଂ ସମ୍ବିଧାନର ସମ୍ମାନ ରକ୍ଷା କରିବା ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri