Posted inଜାତୀୟ

ଗଣମାଧ୍ୟମକୁ ଭୟଭୀତ କରାଉଛନ୍ତି କେରଳ ସରକାର: ଭାଜପା…

ନୂଆଦିଲ୍ଲୀ,୫।୭ : କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବିରୋଧରେ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏକ ବଡ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ସିପିଏମ ସରକାର ଗୋଟିଏ ପରେ ଗୋଟିଏ ଅନେକ ସ୍କାମ ଦ୍ୱାରା ଘେରି ରହିଛନ୍ତି। ରାଜ୍ୟ ସରକାର ବାରମ୍ବାର ଗଣମାଧ୍ୟମ ଉପରେ କଟକଣା ଲଗାଉଛନ୍ତି। ଗଣମାଧ୍ୟମକୁ ଚୁପ କରିବା ପାଇଁ ସରକାର ଧମକ ମଧ୍ୟ ଦେଉଛନ୍ତି।

ଚନ୍ଦ୍ରଶେଖର କହିଛନ୍ତି ଗଣମାଧ୍ୟମକୁ ନୀରବ କରିବା ପାଇଁ ଆଇନ ବ୍ୟବହାର କରିଥିବାରୁ ଆମେ କଂଗ୍ରେସ ଏବଂ ବିଭିନ୍ନ ରାଜ୍ୟ ସରକାରଙ୍କୁ ସମାଲୋଚନା କରୁଛୁ। ମୁଁ ଭାବୁଛି କି କେରଳରେ ପିନାରାଇ ସରକାର କ’ଣ କରୁଛନ୍ତି ତାହା ଜାଣିବା ଦେଶର ଲୋକଙ୍କ ପାଇଁ ଜରୁରୀ ଅଟେ। ତାଙ୍କ ସିପିଏମ ସରକାର ଦୁର୍ନୀତିଗ୍ରସ୍ତ। ସେ ବାରମ୍ବାର ଗଣମାଧ୍ୟମକୁ କାହିଁକି ଧମକ ଦେଉଛନ୍ତି।

ନିକଟରେ କେରଳରେ କିଛି ଟିଭି ଚ୍ୟାନେଲ ଏବଂ ସେମାନଙ୍କ ଖବରଦାତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସେମାନଙ୍କର କାର୍ଯ୍ୟାଳୟ ଏବଂ ଘର ଉପରେ ଚଢ଼ାଉ କରାଯାଉଛି। ୟୁଟ୍ୟୁବ ଚ୍ୟାନେଲକୁ ନୀରବ କରିବା ମାମଲା କୋର୍ଟରେ ଥିବାବେଳେ ପୋଲିସ ସେମାନଙ୍କ ଘରେ ଚଢ଼ାଉ କରିବା ପାଇଁ ଏହା ହେଉଛି ସଦ୍ୟତମ ଉଦାହରଣ।

ଯେଉଁମାନେ ବିବିସି ଡକ୍ୟୁମେଣ୍ଟାରୀ ଆମ ଦେଶରେ ଅଭିବ୍ୟକ୍ତିର ସ୍ବାଧୀନତା ବିଷୟରେ ବାରଣ କରି ଆମ ସରକାରକୁ ସମାଲୋଚନା କରୁଛନ୍ତି ସେମାନଙ୍କ ଦ୍ୱାରା ଏଭଳି କରାଯିବା ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?