Posted inଜାତୀୟ

ହରତାଳରେ ହିଂସାକାଣ୍ଡ: ବସ୍‌ କାଚ ଭଙ୍ଗାରୁଜା, ପୋଲିସ କର୍ମଚାରୀଙ୍କୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୩।୯: ରାଷ୍ଟ୍ରୀୟ ଏଜେନ୍ସି ଏନ୍‌ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର କାର୍ଯ୍ୟକୁ ବିରୋଧ କରି ସଂଗଠନ ପକ୍ଷରୁ କେରଳରେ ଶୁକ୍ରବାର ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କେରଳର ଅନେକ ସ୍ଥାନରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି। ପିଏଫ୍‌ଆଇ କର୍ମୀମାନେ ବିଭିନ୍ନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରିଥିବା ଜଣାପଡିଛି।

ଏପରି କି ପିଏଫ୍‌ଆଇ କର୍ମୀ ଏବଂ ସମର୍ଥକମାନେ କୋଚି ସମେତ ବିଭିନ୍ନ ସ୍ଥାନରେ ପ୍ରତିବାଦ ସଭାର ଆୟୋଜନ କରିଥିଲେ। ହେଲେ କୌଣସି ଅଘଟଣକୁ ରୋକିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏପରିକି ସରକାରୀ, ବେସରକାରୀ ସମ୍ପତ୍ତିର କ୍ଷତି ରୋକିବା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନେବାକୁ କେରଳ ହାଇକୋର୍ଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

ଇତିମଧ୍ୟରେ କୋଲାମ ଜିଲାରେ ପିଏଫଆଇ ସମର୍ଥକମାନେ ଦୁଇ ପୋଲିସ କର୍ମଚାରଙ୍କ ଉପରେ ଆକ୍ରମଣ କରିଥିବା ପୋଲିସ କହିଛି।
ଏଥିସହ କିଛି ସମର୍ଥକ ଘରୋଇ ଯାନ ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଆନ୍ଦୋଳନକାରୀମାନେ ବିମାନ ବନ୍ଦରକୁ ଯାଉଥିବା ଏକ କାର ଉପରେ ଆକ୍ରମଣ କରିଛନ୍ତି। ହିଂସାକାଣ୍ଡକୁ ଦୃଷ୍ଟିରେ ରଖି କୋଟାୟାମ ଜିଲାର ଏରାଟୁପେଟାଠାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ୫ ପିଏଫଆଇ କର୍ମଚାରୀଙ୍କୁ ଅଟକ ରଖିଛି। ପିଏଫଆଇ କାର୍ଯ୍ୟକର୍ତ୍ତା ଆଲୁଭାର କେଏସ୍‌ଆର୍‌ଟିସି ବସ୍‌ ଡିପୋରେ ପସି ବସ୍‌ଗୁଡିକୁ ଅଟକାଇବା ସହ ପଥର ମାଡ଼ କରି କାଚ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri