Posted inଜାତୀୟ

ହରତାଳରେ ହିଂସାକାଣ୍ଡ: ବସ୍‌ କାଚ ଭଙ୍ଗାରୁଜା, ପୋଲିସ କର୍ମଚାରୀଙ୍କୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୩।୯: ରାଷ୍ଟ୍ରୀୟ ଏଜେନ୍ସି ଏନ୍‌ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର କାର୍ଯ୍ୟକୁ ବିରୋଧ କରି ସଂଗଠନ ପକ୍ଷରୁ କେରଳରେ ଶୁକ୍ରବାର ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କେରଳର ଅନେକ ସ୍ଥାନରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି। ପିଏଫ୍‌ଆଇ କର୍ମୀମାନେ ବିଭିନ୍ନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରିଥିବା ଜଣାପଡିଛି।

ଏପରି କି ପିଏଫ୍‌ଆଇ କର୍ମୀ ଏବଂ ସମର୍ଥକମାନେ କୋଚି ସମେତ ବିଭିନ୍ନ ସ୍ଥାନରେ ପ୍ରତିବାଦ ସଭାର ଆୟୋଜନ କରିଥିଲେ। ହେଲେ କୌଣସି ଅଘଟଣକୁ ରୋକିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏପରିକି ସରକାରୀ, ବେସରକାରୀ ସମ୍ପତ୍ତିର କ୍ଷତି ରୋକିବା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନେବାକୁ କେରଳ ହାଇକୋର୍ଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

ଇତିମଧ୍ୟରେ କୋଲାମ ଜିଲାରେ ପିଏଫଆଇ ସମର୍ଥକମାନେ ଦୁଇ ପୋଲିସ କର୍ମଚାରଙ୍କ ଉପରେ ଆକ୍ରମଣ କରିଥିବା ପୋଲିସ କହିଛି।
ଏଥିସହ କିଛି ସମର୍ଥକ ଘରୋଇ ଯାନ ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଆନ୍ଦୋଳନକାରୀମାନେ ବିମାନ ବନ୍ଦରକୁ ଯାଉଥିବା ଏକ କାର ଉପରେ ଆକ୍ରମଣ କରିଛନ୍ତି। ହିଂସାକାଣ୍ଡକୁ ଦୃଷ୍ଟିରେ ରଖି କୋଟାୟାମ ଜିଲାର ଏରାଟୁପେଟାଠାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ୫ ପିଏଫଆଇ କର୍ମଚାରୀଙ୍କୁ ଅଟକ ରଖିଛି। ପିଏଫଆଇ କାର୍ଯ୍ୟକର୍ତ୍ତା ଆଲୁଭାର କେଏସ୍‌ଆର୍‌ଟିସି ବସ୍‌ ଡିପୋରେ ପସି ବସ୍‌ଗୁଡିକୁ ଅଟକାଇବା ସହ ପଥର ମାଡ଼ କରି କାଚ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri