ସଂକ୍ରମଣ ଶୀର୍ଷ ଅତିକ୍ରମ କରି ସାରିଛି କେରଳ: ଏମ୍ସ୍‌…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଆତଙ୍କ ସୃଷ୍ଟି ହୋଇଛି। କେରଳରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, କେରଳ ଶୀର୍ଷ ସଂକ୍ରମଣ ଅତିକ୍ରମ କରି ସାରିଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ରାଜ୍ୟର ସ୍ଥିତି ସ୍ବାଭାବିକ ଆଡ଼କୁ ଗତି କରିବ ବୋଲି ଏମ୍ସ୍‌ ପ୍ରଫେସର ଡ. ସଞ୍ଜୟ ରାୟ ସୂଚନା ଦେଇଛନ୍ତି।

ଅକ୍ଟୋବର ଆରମ୍ଭ ବେଳକୁ କେରଳରେ ଦୈନିକ ସଂକ୍ରମଣ କମିବା ଆରମ୍ଭ କରିବ। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଦୈନିକ ସଂକ୍ରମଣର ୩୦,୦୦୦ରୁ ଅଧିକ ରହିବା ପରେ ଏବେ ଏହା କମିବାରେ ଲାଗିଛି। ବୁଧବାର ସୁଦ୍ଧା ରାଜ୍ୟରେ ଦୈନିକ ସଂକ୍ରମଣ ୧୫,୮୭୬ରେ ପହଞ୍ଚିଛି। ରାଜ୍ୟର ଗତ ୨-୩ ମାସର ରିପୋର୍ଟକୁ ଅନୁଧ୍ୟାନ କଲେ ଜଣାପଡୁଛି ଯେ, ମହାମାରୀ ନିଜର ଶୀର୍ଷ ଅତିକ୍ରମ କରିଛି ଏବଂ ଆସନ୍ତା ୨ ସପ୍ତାହ ମଧ୍ୟରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିବାର ସମ୍ଭାବନା ରହିଛି।

ଦେଶର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ପରି କେରଳରେ ମଧ୍ୟ କରୋନା ସଂକ୍ରମଣ କମିବା ଆରମ୍ଭ କରିଥିବା ଡ.ରାୟ କହିଛନ୍ତି। ଏପିଡେମୋଓଲୋଜିକାଲ ଗ୍ରାଫ୍‌ ଅନୁଯାୟୀ ଅକ୍ଟୋବର ଆରମ୍ଭ ବେଳକୁ ରାଜ୍ୟରେ ବିଶେଷ ସୁଧାର ଆସି ସାରିଥିବ।

ସର୍ବଶେଷ ସେରୋ ସର୍ଭେରୁ ଜଣାପଡିଛି ଯେ ଟିକା ନେବା ଦ୍ୱାରା କିମ୍ବା ସଂକ୍ରମଣ ଯୋଗୁ ରାଜ୍ୟର ୪୬ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡି ସୃଷ୍ଟି ହୋଇ ସାରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଯୋଗୁ ସଂକ୍ରମଣ କମିବାରେ ଲାଗିଛି।

ଇତିମଧ୍ୟରେ ରାଜ୍ୟର ମୋଟ ୪୪,୦୬,୩୬୫ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳ ସ୍ବାସ୍ଥ୍ୟ ବିଭାଗ ଅନୁଯାୟୀ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ଦୁଇ ଲକ୍ଷ ତଳକୁ ଖସି ଆସିଛି। ଏବେ ଏହା ୧.୯୮,୮୬୫ରେ ପହଞ୍ଚିଛି। ସୋମବାରରୁ ମଙ୍ଗଳବାର ମଧ୍ୟରେ ୨୫,୬୫୪ ଜଣେ ଲୋକ ସୁସ୍ଥ ହୋଇଛନ୍ତି। ଫଳରେ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪୧,୮୪, ୧୫୮କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୧,୦୫,୦୦୫ ଜଣଙ୍କ ନମୁନା ପରୀକ୍ଷା କରାଯିବା ପରେ ପଜିଟିଭିଟି ହାର ୧୫.୧୨ ପ୍ରତିଶତରେ ରହିଥିବା ସ୍ବାସ୍ଥ୍ୟ ବିଭାଗ କହିଛି।

ରାଜ୍ୟର ୧୪ ଜିଲା ମଧ୍ୟରେ ଥ୍ରିସୁରରେ ସର୍ବାଧିକ ୧,୯୩୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏର୍ନାକୁଲମରେ ୧,୮୯୩, ଥିରୁଭାନନ୍ତପୁରମରେ ୧,୬୨୭, ପାଲାକ୍କଡରେ ୧,୫୯୧, ମାଲାପୁରମ୍‌ରେ ୧,୫୨୩ , କୋଲମରେ ୧,୩୭୩, ଆଲାପୁଝାରେ ୧,୧୧୮, କୋଝିକୋଡେ ୧,୧୧୭, କନ୍ନୁରରେ ୧,୦୯୯ ଏବଂ କୋଟାୟାମରେ ୧,୦୪୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?