Posted inଜାତୀୟ

ପିଏଫ୍‌ଆଇର ହରତାଳକୁ ହାଇକୋର୍ଟର ଭର୍ତ୍ସନା: ବିନା ଅନୁମତିରେ କେହି ଦେଇପାରିବନି ବନ୍ଦ ଡାକରା

ଥିରୁଭାନନ୍ତମପୁରମ,୨୩।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ)ର ଚଢ଼ାଉକୁ ବିରୋଧ କରି ଶୁକ୍ରବାର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ କେରଳରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଇତିମଧ୍ୟରେ ଶୁକବ୍ରାର କେରଳ ହାଇକୋର୍ଟ ଏକ ପିଟିଶନ୍‌ ବିଚାର କରି ପିଏଫ୍‌ଆଇର ଏହି ପଦକ୍ଷେପକୁ ନିନ୍ଦା କରିଛନ୍ତି। ଏହି ଘଟଣାରେ ହାଇକୋର୍ଟ ନିଜେ ହସ୍ତକ୍ଷେପ କରିବା ସହ କହିଛନ୍ତି, ବିନା ଅନୁମତିରେ କେହି ବନ୍ଦ ଡାକରା ଦେଇପାରିବେ ନାହିଁ। ସୂଚନାଯୋଗ୍ୟ, ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ) ଏବଂ ପ୍ରବର୍ତ୍ତନ ନିିର୍ଦ୍ଦେଶାଳୟ (ଇଡି) ଗୁରୁବାର ତାମିଲନାଡୁ ଏବଂ କେରଳ ସମେତ ମୋଟ ୧୫ଟି ରାଜ୍ୟର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୯୩ଟି ସ୍ଥାନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୧୦୬ ଜଣଙ୍କୁ ଭିନ୍ନ ଭିନ୍ନ ମାମଲାରେ ଗିରଫ କରାଯାଇଛି। ପିଏଫ୍‌ଆଇ ଓ ଏହା ସହିତ ଜଡ଼ିତ ଲୋକଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକଳାପ, ଆତଙ୍କବାଦୀ ପାଣ୍ଠି ଏବଂ ଲୋକଙ୍କୁ ସଂଗଠନ ସହିତ ଯୋଡିବା ବିରୋଧରେ ଏନଆଇଏର ଏହା ସବୁଠାରୁ ବଡ଼ କାର୍ଯ୍ୟାନୁଷ୍ଠାନ। ସନ୍ଦେହଜନକ କାର୍ଯ୍ୟକଳାପରେ ପିଏଫ୍‌ଆଇର ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଛି। ହତ୍ୟା ଏବଂ ଅଶାନ୍ତି ଘଟଣାରେ ପିଏଫ୍‌ଆଇ ସହିତ ଜଡିତ ଅନେକ ଲୋକଙ୍କ ନାମ ସାମ୍ନାକୁ ଆସିଛି। ଗତ କିଛି ଦିନରୁ ପିଏଫ୍‌ଆଇ ମାମଲା ବିରୋଧରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ତଦନ୍ତ ଜୋରଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri