Posted inଜାତୀୟ

ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି, ସ୍କୁଲ, କଲେଜ ବନ୍ଦ

ପାଟନା,୩।୧୦: କେରଳରେ ପ୍ରବଳ ବର୍ଷା କାରଣରୁ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଅଞ୍ଚଳ ଜଳମଗ୍ନ ରହିଥିବା ବେଳେ ଅନେକ ଲୋକ ରିଲିଫ କ୍ୟାମ୍ପରେ ରହିଛନ୍ତି। ସତର୍କତାମୂଳକ ପଦକ୍ଷେପ ଭାବରେ ପ୍ରଶାସନ ମଙ୍ଗଳବାର ସ୍କୁଲ ଓ କଲେଜଗୁଡ଼ିକୁ ବନ୍ଦ ରଖିଛନ୍ତି। ସୂଚନାଯୋଗ୍ୟ, କେରଳର କୋଟାୟାମ, ବାୟକୋମ ଏବଂ ଚଙ୍ଗାନାସେରି ତାଲୁକାରେ ବନ୍ୟା ପରି ପରିସ୍ଥିତି ଯୋଗୁ ୧୭ ଟି ରିଲିଫ କ୍ୟାମ୍ପ ଗଠନ କରାଯାଇଛି, ଯେଉଁଠାରେ ପ୍ରାୟ ୨୪୬ ଲୋକ ରହିଛନ୍ତି।

କେରଳର ଆଲାପୁଝାଠାରେ ପ୍ରବଳ ବର୍ଷା ହେତୁ ଜିଲା ପ୍ରଶାସନ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ଚେର୍ଥାଲା ଏବଂ ଚେଙ୍ଗାନୁର ତାଲୁକାରେ ରିଲିଫ କ୍ୟାମ୍ପ ନିର୍ମାଣ କରାଯାଇଛି। ମଙ୍ଗଳବାର କେରଳର ଥିରୁବନନ୍ତପୁରମ, କୋଲମ, ଆଲାପୁଝା, କୋଟୟମ ଏବଂ ପଥାନମାଥ୍ରତା ଜିଲାରେ ମଧ୍ୟ ହାଲୁକା ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ ବିଭାଗ କହିଛି ଯେ, ଏହି ଜିଲାର କେତେକ ସ୍ଥାନରେ ୬ ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri