Posted inଜାତୀୟ

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି ଆପରାଧିକ ଆଇନ ଅନୁଯାୟୀ ନାବାଳକ ବୟସ ସୀମାକୁ ୧୮ରୁ ୧୬ ବର୍ଷକୁ ହ୍ରାସ କରିବା ବିଷୟରେ ବିଧାନସଭା ବିଚାର କରିବା ସମୟ ଆସିଛି ବୋଲି କେରଳ ହାଇକୋର୍ଟ କହିଛନ୍ତି। କୋର୍ଟ ମତ ଦେଇଛନ୍ତି ଯେ ଆଜିକାଲି ପିଲାମାନେ ଏହି ବୟସ ସୁଦ୍ଧା ପରିପକ୍ୱତା ହାସଲ କରିନିଅନ୍ତି । ପ୍ରସ୍ତାବ ବିଚାରଯୋଗ୍ୟ ବୋଲି ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବିନ୍ଦୁ କୃଷ୍ଣା କହିଛନ୍ତି।

ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି କମଲ ପାଶା ଏହାକୁ ସମର୍ଥନ କରିଛନ୍ତି। ସମୟ ସହିତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଅଣାଯିବା ଉଚିତ। କେରଳ ଅବକାରୀ ଆଇନ ଉଲ୍ଲଂଘନ କରି ୨୩ ବର୍ଷରୁ କମ୍‌ ବୟସର ବ୍ୟକ୍ତିଙ୍କୁ ମଦ ପରଷୁଥିବା ଲାଇସେନ୍ସପ୍ରାପ୍ତ ବାର୍‌ଗୁଡ଼ିକର ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ପାଇଁ ଦାଖଲ ଆବେଦନର ଶୁଣାଣି କରି କୋର୍ଟ ଏହା କହିଛନ୍ତି । ଆବେଦନରେ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣା ବିଷୟରେ ଉଲ୍ଲେଖ କରାଯାଇଥିଲା, ଯେଉଁଥିରେ ଜଣେ ୧୯ ବର୍ଷୀୟ ଯୁବକ ମଦ୍ୟପାନ କରି ମିନି କୁପର ଚଳାଉଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

ICCର ବଡ଼ ଘୋଷଣା; ଭାରତରେ ଏହି ଦିନଠୁ ଖେଳିଯିବ ବିଶ୍ବକପ୍

ନୂଆଦିଲ୍ଲୀ,୧୫ା୧୧: କ୍ରିକେଟ୍‌ପ୍ରେମୀଙ୍କ ପାଇଁ ବଡ଼ ଖବର । ୨୦୨୭ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନ୍ସିପ୍‌ ଫାଇନାଲ୍‌ ଓ ଦିନିକିଆ ବିଶ୍ୱକପ୍‌କୁ ନେଇ ଉତ୍ସାହ ମଧ୍ୟରେ ଆଗାମୀ ୧୨ଟି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?