ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…

ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିବା ପରେ ପୁଣି ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୨୮୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୩ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୩୧ ହଜାର ୧୬୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୭ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୧ ହଜାର ୬୦୪ ଜଣ ଚିକିତ୍ସିତ ହେଉଛନ୍ତି।

୧୮୭ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୬ ହଜାର ୫୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୮୩ କୋଟି ୩୯ ଲକ୍ଷ ୯୦ ହଜାର ୪୯ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୩୮ ହଜାର ୨୦୫ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୮୩ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ଲକ୍ଷ ୨୭ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୬୩ ହଜାର ୪୨୧ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।

କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଉପରମୁହାଁ ଦୈନିକ ସଂକ୍ରମଣ କେରଳ ଯୋଗୁ ହେଉଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୬୭୫ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୪୨ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri