ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ମୃତଦେହ ଚିହ୍ନଟକୁ ନେଇ ସରକାରଙ୍କ ସମସ୍ୟା ବଢ଼ିଯାଇଛି। ଏଣିକି କରୋନା ଆକ୍ରାନ୍ତଙ୍କ ମୃତଦେହ ଚିହ୍ନଟ ପାଇଁ ରାଜ୍ୟ ସରକାର ଏକ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। କେରଳ ସରକାର ଏକ ପୋର୍ଟାଲ ଜାରି କରିଛନ୍ତି। ଯେଉଁଥିରେ କରୋନାଜନିତ ହୋଇଥିବା ମୃତ୍ୟୁ ସମ୍ପର୍କରେ ସବିଶେଷ ତଥ୍ୟ ଦିଆଯିବ। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏହି ପୋର୍ଟାଲରେ ମୃତଦେହ ପରିଚୟ ଚିହ୍ନଟ ପାଇଁ ନାମ, ବୟସ, ଲିଙ୍ଗ, ଜିଲା ଓ ମୃତ୍ୟୁ ତାରିଖ ମଧ୍ୟ ଉଲ୍ଲେଖ କରାଯିବ। ସରକାର ଏହି ପୋର୍ଟାଲକୁ ‘ମୃତ୍ୟୁ ସୂଚନା ପୋର୍ଟାଲ’ ନାମରେ ନାମିତ କରିଛନ୍ତି। ଏହି ପୋର୍ଟାଲ ମାଧ୍ୟମରେ କରୋନା ଯୋଗୁ ହୋଇଥିବା ମୃତ୍ୟୁ ବିଷୟରେ ସୂଚନା ଦିଆଯିବ। ଏହି ପୋର୍ଟାଲକୁ ନେଇ କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉଭୟ ସରକାରୀ ଅନୁଷ୍ଠାନ ଓ ଜନସାଧାରଣ ନିକଟରେ ଏହି ପୋର୍ଟାଲକୁ ନିୟନ୍ତ୍ରଣ କରିବାର ଅଧିକାର ରହିବ। ଏହି ପୋର୍ଟାଲ ମାଧ୍ୟମରେ ରୋଗୀଙ୍କ ସମ୍ପର୍କୀୟମାନେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପାଇପାରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଭୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri