ବ୍ରିଟେନରେ କେରଳର ନର୍ସଙ୍କ ସହ ଦୁଇ ଶିଶୁଙ୍କୁ ନିର୍ମମ ହତ୍ୟା

ଲଣ୍ଡନ,୧୭ ।୧୨: ବ୍ରିଟେନର ପୂର୍ବ ଇଂଲଣ୍ଡରୁ ଗୁରୁବାର ଏକ ବଡ ଖବର ସାମ୍ନାକୁ ଆସିଛି । ଏଠାକାର ନର୍ଥମ୍ପ୍‌ଟ ଅଞ୍ଚଳରେ ଜଣେ ଭାରତୀୟ ମୂଳ ବାସିନ୍ଦା ମହିଳା ଓ ତାଙ୍କ ଦୁଇ ଶିଶୁଙ୍କୁ ସେମାନେ ରହୁଥିବା ଅପାର୍ଟମେଣ୍ଟରେ ହତ୍ୟା କରାଯାଇଛି । ଏହି ମାମଲାରେ ପୋଲିସ ମହିଳାଙ୍କ ସ୍ୱାମୀଙ୍କୁ ପଚରା ଉଚରା ପାଇଁ ଅଟକ ରଖିଛି । ତେବେ ମହିଳା ଓ ତାଙ୍କ ଶିଶୁଙ୍କୁ ଛୁରିରେ ଆକ୍ରମଣ କରାଯାଇଛି ।
ପୋଲିସ ଘଟଣା ସମ୍ପର୍କରେ ସୂଚନା ଦେଇ କହିଛି ମୃତ ମହିଳାଙ୍କ ନାମ ଅଞ୍ଜୁ ସେ କେରଳର କୋଟ୍ଟାୟମ ଜିଲାର ମୂଳ ବାସିନ୍ଦା । ସେ ଲଣ୍ଡନରୁ ୧୧୦ କିଲୋମିଟର ଦୂର କେଟରିଂଗରେ ତାଙ୍କ ଘରେ ଛୁରିରେ ଆକ୍ରମଣରେ ଆହତ ହୋଇଥିଲେ ଓ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ପୋଲିସ କହିଛି ଅଞ୍ଜୁଙ୍କ ୬ ବର୍ଷର ପୁଅ ଓ ୪ ବର୍ଷର ଝିଅଙ୍କୁ ବି ଏହିଭଳି ଛୁରିରେ ଆକ୍ରମଣ କରାଯାଇଥିବା ବେଳେ ଆହତ ଅବସ୍ଥାରେ ସେମାନଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ସେଠାରେ ସେମାନଙ୍କର ମୃତ୍ୟୁ ହୋଇ ଯାଇଥିଲା ।
ସ୍ଥାନୀୟ ପୋଲିସ ଅଧିକ୍ଷକ ସ୍ଟିଭ ଫ୍ରିମୈନର ପୋଲିସିଂ ଏରିଆ କମାଣ୍ଡର କହିଛନ୍ତି, ଏଡି ଘଟଣା ଅତ୍ୟନ୍ତ ଦୁଃଖଦ, ଯାହାକୁ ଭାଷାରେ ବର୍ଣ୍ଣନା କରିବା କଷ୍ଟକର । ହେଲେ ଆମର ଏକ ସ୍ୱତନ୍ତ୍ର ଟିମ ଏଭଳି କାର୍ଯ୍ୟର ଯାଞ୍ଚ କରୁଥିବା ବେଳେ ମୃତ ମହିଳା ଓ ସେମାନଙ୍କ ଶିଶୁଙ୍କୁ ଆମେ ନିଶ୍ଚିତ ଭାବେ ନ୍ୟାୟ ଦେବୁ ।
ସ୍ଥାନୀୟ ରିପୋର୍ଟ ଅନୁଯାୟୀ, ଗୁରୁବାର ପ୍ରାୟ ୧୧ଟା ୧୫(ଭାରତୀୟ ସମୟ ସନ୍ଧ୍ୟା ପ୍ରାୟ ୫ଟା) ରେ ପଡୋଶୀ ମୃତକଙ୍କ ଆପାର୍ଟମେଣ୍ଟ ଭିତରୁ ପାଟିତୁଣ୍ଡ ଶୁଣି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ଯାହା ଦେଖିଥିଲା ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲା । ତେବେ ଏହି ଘଟଣାକୁ ନେଇ ମୃତ ମହିଳାଙ୍କ ସ୍ୱାମୀ ରାଜୁ (୫୨)ଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri