Posted inଜାତୀୟ

ଆର୍ଥିକ ସଙ୍କଟ ଦେଇ ଗତି କରୁଛି କେରଳ: କରଜରେ ବୁଡିଛି ରାଜ୍ୟ

ଥିରୁଭାନନ୍ତପୁରମ,୧୯।୮: ସାକ୍ଷରତା ହାରରେ କେରଳ ଦେଶର ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ଏଠାରେ ଅଧିକ ସ୍ବଚ୍ଛଳ ଲୋକ ମଧ୍ୟ ବାସ କରୁଛନ୍ତି। କିନ୍ତୁ କେରଳର ଭାଜପା ନେତା କେ ଜେ ଆଲଫୋନ୍ସ ଦାବି କରିଛନ୍ତି ଯେ ରାଜ୍ୟର ଆର୍ଥିକ ଅବସ୍ଥା ର୍ଦୁବିସହ ହୋଇ ପଡିଛି। ରାଜ୍ୟ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଲୋକଙ୍କୁ ପେନସନ ଦେବାକୁ ଟଙ୍କା ନାହିଁ।

୨୦୧୯ ମସିହାରୁ, ୭୦ହଜାର ପେନସନଭୋଗୀଙ୍କୁ ଅତିରିକ୍ତ ଡିଏ ପ୍ରଦାନ କରାଯାଇ ନାହିଁ। ରାଜ୍ୟ ସର୍ବାଧିକ ଋଣ ରହିଛି। ସରକାର କ୍ରମାଗତ ଭାବରେ ଋଣ ନେଉଛନ୍ତି ଏବଂ ଏହା ଭବିଷ୍ୟତ ପିଢି ପାଇଁ ବୋଝ ପାଲଟିଯିବ।

ବିରୋଧୀ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ ମଧ୍ୟ ରାଜ୍ୟର ବାମପନ୍ଥୀ ଡେମୋକ୍ରାଟିକ ଫ୍ରଣ୍ଟ ସରକାରଙ୍କ ଆର୍ଥିକ ଅବସ୍ଥା ଖରାପ ବୋଲି ଅଭିଯୋଗ କରିଛି। ବିରୋଧୀ ସରକାରଙ୍କୁ ବଡ ରକମର ଋଣ, ଅପାରଗତା ଏବଂ କର ସଂଗ୍ରହରେ ଅନିୟମିତତାକୁ ନେଇ ଅଭିଯୋଗ ଆଣିଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ରାଜ୍ୟ ଉପରେ ତିନି ଲକ୍ଷ କୋଟିରୁ ଅଧିକ ଋଣ ଭାର ରହିଛି। ଏହି କାରଣରୁ, ପ୍ରତି ବ୍ୟକ୍ତିଙ୍କ ପାଇଁ ଋଣର ସୀମା ମଧ୍ୟ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟର ୮୦ ପ୍ରତିଶତ ଋଣ ବୃଦ୍ଧି ପାଇଛି। କେରଳ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ୨୦୧୬-୧୭ରେ ରାଜ୍ୟ ୧,୮୩.୪୫୩ କୋଟି ଟଙ୍କା ଋଣ କରିଥିଲା, ଯାହା ୨୦୨୧-୨୨ ମସିହାରେ ଏହା ୩,୩୫,୬୪୧କୋଟି ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟ ସରକାର କହିଛନ୍ତି ଯେ, ଗତ ବର୍ଷ ରାଜସ୍ବ ନିଅଣ୍ଟ ୬୭୧୬ କୋଟିରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri