ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨ ହଜାର୨୭୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୨୫ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୬୦ ହଜାର ୨୯୮ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୩ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ଲକ୍ଷ ୫୩ ହଜାର ୭୩୯ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୧ ହଜାର ୨୩୦ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୮ ଲକ୍ଷ ୨ ହଜାର ୫୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୦ ଲକ୍ଷ ୩୭ ହଜାର ୫୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୭,୭୮୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୨,୦୬୮, କର୍ନାଟକରେ ୧,୩୩୩, ରାଜସ୍ଥାନରେ ୧,୨୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମିଜୋରାମରେ ୧,୧୫୧ ଏବଂ ତାମିଲନାଡୁରେ ୧,୧୪୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କେରଳକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୫କୋଟି ଟପିଛି। ସେଥିମଧ୍ୟରେ ୯୦ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୫ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri