ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ସପ୍ତାହାନ୍ତ ଲକ୍‌ଡାଉନ ହଟାଇବେ ସରକାର

ଥିରୁଭାନ୍ତମପୁରମ,୪।୮: କେରଳରେ କରୋନା ଭାଇରସ ସଂକ୍ରମଣ ମାମଲା ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଦେଶରେ କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ସର୍ବାଧିକ କରୋନା ମାମଲା ସାମ୍ନାକୁ ଆସୁଛି। ଇତିମଧ୍ୟରେ ବୁଧବାର କେରଳ ସରକାର ରାଜ୍ୟରେ ସପ୍ତାହାନ୍ତ ଲକ୍‌ଡାଉନ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ କରୋନା ସ୍ଥିତି ନେଇ ବିଧାନସଭାରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟେଷ୍ଟ ପଜିଟିଭିଟି ହାରର ବର୍ଗୀକରଣକୁ ନେଇ ରାଜ୍ୟ ସରକାରଙ୍କୁ ଅତିରିକ୍ତ ମାନଦଣ୍ଡ ସ୍ଥିର କରିବାକୁ ପରାମର୍ଶ ମିଳିଥିଲା। ସପ୍ତାହାନ୍ତ ଲକ୍‌ଡାଉନ ବିଫଳ ହେବା ପରେ ଟ୍ରିପଲ୍‌ ଲକ୍‌ଡାଉନ ନେଇ ସରକାର ବିଚାର କରନ୍ତୁ ବୋଲି କୋଭିଡ ମ୍ୟାନେଜମେଣ୍ଟ ପ୍ୟାନେଲର ବିଶେଷଜ୍ଞ ଟିମ୍‌ ପରାମର୍ଶ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ରାଜ୍ୟରେ ଟ୍ରିପଲ ଲକ୍‌ଡାଉନ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅର୍ଥାତ୍‌ ଯେଉଁଠାରେ ପ୍ରତି ୧୦୦୦ ଜନସଂଖ୍ୟାରେ ଗୋଟିଏ ସପ୍ତାହ ମଧ୍ୟରେ ୧୦ଜଣ କରୋନାରେ ଆକ୍ରାନ୍ତ ହୁଅନ୍ତି ତେବେ ସେଠାରେ ଟ୍ରିପଲ ଲକ୍‌ଡାଉନ ଲାଗୁ କରାଯିବ। ଏହି ଆଧାରରେ ଏଣିକି ସପ୍ତାହକୁ ୬ଦିନ ଦୋକାନ ବଜାର ସକାଳ ୭ଟାରୁ ରାତି ୯ଟା ଯାଏ ଖୋଲିବ। ଏତଦ୍‌ ବ୍ୟତୀତ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଓ ଅଗଷ୍ଟ ୨୨ରେ ଓନାମ ଥିବାରୁ ଉକ୍ତ ଦିନ ଲକ୍‌ଡାଉନ ଲାଗୁ ହେବ ନାହିଁ। ଉକ୍ତ ୨ ଦିନ ରବିବାର ପଡ଼ୁଛି। ସେହିପରି ବିବାହ କିମ୍ବା ଅନ୍ତିମ ସଂସ୍କାରରେ ସାମିଲ ହେବା ପାଇଁ ପୂର୍ବଭଳି କେବଳ ୨୦ଜଣଙ୍କୁ ଅନୁମତି ଦେଇଛନ୍ତି ସରକାର। ସୂଚନାଯୋଗ୍ୟ, ମଙ୍ଗଳବାର କେରଳରେ ୨୩,୬୭୬ ନୂଆ କରୋନା ମାମଲା ଚିହ୍ନଟ ହୋଇଥିଲା। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪.୪୯ଲକ୍ଷରେ ପହଞ୍ଚିଛି। ସେହିପରି ମଙ୍ଗଳବାର ରାଜ୍ୟରେ କରୋନାଜନିତ ୧୪୮ଜଣଙ୍କ ମୃତ୍ୟୁ ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୧୭,୧୦୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri