Posted inଜାତୀୟ

ଟ୍ରେନ୍‌ ଅଗ୍ନିକାଣ୍ଡରେ ପୋଲିସ ଜାରି କଲା ଅଭିଯୁକ୍ତଙ୍କ ସ୍କେଚ୍‌: ଏସ୍‌ଆଇଟି ଗଠନ

କୋଝିକୋଡ୍‌, ୩ା୪: କେରଳର କୋଝିକୋଡ୍‌ ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀଙ୍କୁ ଜଣେ ବ୍ୟକ୍ତି ନିଆଁ ଲଗାଇଦେଇଥିଲେ। ରବିବାର ରାତି ୯ଟା ୪୫ରେ ଏହି ମର୍ମନ୍ତୁଦ ଘଟଣା ଘଟିଥିବା ବେଳେ ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୮ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ କୋଝିକୋଡ୍‌ ମେଡିକାଲ କଲେଜ ସମେତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତଦେହଗୁଡ଼ିକ ଏଲାଥୁର ଷ୍ଟେଶନ ଏବଂ କୋରାପୁଝା ବ୍ରିଜ୍‌ ମଧ୍ୟରେ ରେଳ ଟ୍ରାକ୍‌ରୁ ଉଦ୍ଧାର ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସେଠାରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ କରିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛନ୍ତି। ଏସ୍‌ଆଇଟି ଟିମ୍‌ ଗଠନ କରାଯାଇ ଆତଙ୍କବାଦୀ ଦିଗକୁ ନେଇ ପୋଲିସ ଦଦନ୍ତ କରୁଛି। ଏଥିସହ ଜଣେ ଅଭିଯୁକ୍ତଙ୍କ ସ୍କେଚ୍‌ ଜାରି କର ପୋଲିସ ସିସିଟିଭି ଯାଞ୍ଚ କରୁଛି। ଏହି ସିସିଟିଭି ଫୁଟେଜ୍‌ରେ ଅଭିଯୁକ୍ତଙ୍କ ଜଣକ ନଜର ଆସିଛନ୍ତି। ଏଥିରେ ଜଣେ ବ୍ୟକ୍ତି ଫୋନରେ କଥା ହେଉଥିବା ବେଳେ ଅନ୍ୟଜଣକ ବାଇ୍‌୍‌ରେ ବସି ଫେରାର ହେଉଯାଉଥିବାର ଦେଖିବାକୁ ମିଳିଛି। ଅନ୍ୟପଟେ କେରଳ ପ୍ରଦେଶ କମିଟି (କେପିସିସି) ମୁଖ୍ୟ ତଥା କନ୍ନୁର ଏମ୍‌ପି କେ. ସୁଧାକରନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବଙ୍କୁ ଚିଠି ଲେଖି ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ଏଥିସହ ଟ୍ରେନ୍‌ରେ ନିଆଁ ଲାଗିଥିବା ପୀଡ଼ିତଙ୍କୁ କ୍ଷତିପୂରଣ ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri