Posted inଜାତୀୟ

ଟ୍ରେନ୍‌ ଅଗ୍ନିକାଣ୍ଡରେ ପୋଲିସ ଜାରି କଲା ଅଭିଯୁକ୍ତଙ୍କ ସ୍କେଚ୍‌: ଏସ୍‌ଆଇଟି ଗଠନ

କୋଝିକୋଡ୍‌, ୩ା୪: କେରଳର କୋଝିକୋଡ୍‌ ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀଙ୍କୁ ଜଣେ ବ୍ୟକ୍ତି ନିଆଁ ଲଗାଇଦେଇଥିଲେ। ରବିବାର ରାତି ୯ଟା ୪୫ରେ ଏହି ମର୍ମନ୍ତୁଦ ଘଟଣା ଘଟିଥିବା ବେଳେ ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୮ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ କୋଝିକୋଡ୍‌ ମେଡିକାଲ କଲେଜ ସମେତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତଦେହଗୁଡ଼ିକ ଏଲାଥୁର ଷ୍ଟେଶନ ଏବଂ କୋରାପୁଝା ବ୍ରିଜ୍‌ ମଧ୍ୟରେ ରେଳ ଟ୍ରାକ୍‌ରୁ ଉଦ୍ଧାର ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସେଠାରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ କରିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛନ୍ତି। ଏସ୍‌ଆଇଟି ଟିମ୍‌ ଗଠନ କରାଯାଇ ଆତଙ୍କବାଦୀ ଦିଗକୁ ନେଇ ପୋଲିସ ଦଦନ୍ତ କରୁଛି। ଏଥିସହ ଜଣେ ଅଭିଯୁକ୍ତଙ୍କ ସ୍କେଚ୍‌ ଜାରି କର ପୋଲିସ ସିସିଟିଭି ଯାଞ୍ଚ କରୁଛି। ଏହି ସିସିଟିଭି ଫୁଟେଜ୍‌ରେ ଅଭିଯୁକ୍ତଙ୍କ ଜଣକ ନଜର ଆସିଛନ୍ତି। ଏଥିରେ ଜଣେ ବ୍ୟକ୍ତି ଫୋନରେ କଥା ହେଉଥିବା ବେଳେ ଅନ୍ୟଜଣକ ବାଇ୍‌୍‌ରେ ବସି ଫେରାର ହେଉଯାଉଥିବାର ଦେଖିବାକୁ ମିଳିଛି। ଅନ୍ୟପଟେ କେରଳ ପ୍ରଦେଶ କମିଟି (କେପିସିସି) ମୁଖ୍ୟ ତଥା କନ୍ନୁର ଏମ୍‌ପି କେ. ସୁଧାକରନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବଙ୍କୁ ଚିଠି ଲେଖି ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ଏଥିସହ ଟ୍ରେନ୍‌ରେ ନିଆଁ ଲାଗିଥିବା ପୀଡ଼ିତଙ୍କୁ କ୍ଷତିପୂରଣ ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?