Posted inଜାତୀୟ

ସଂକ୍ରମଣର ୫୦% କେରଳରେ

ନୂଆଦିଲ୍ଲୀ, ୨୮।୭: ଭାରତରେ ବୁଧବାର ସକାଳ ସୁଦ୍ଧା ଗୋଟିଏ ଦିନରେ ୪୩,୬୫୪ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୧୪,୮୪,୬୦୫ରେ ପହଞ୍ଚତ୍ଛି। ସେହିପରି ୨୪ ଘଣ୍ଟାରେ ୬୪୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ କୋଭିଡ୍‌ ଜନିତ ମୋଟ ମୃତ୍ୟୁସଂଖ୍ୟା ୪,୨୨,୦୨୨ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ତେବେ ଦେଶରେ ମୋଟ ସଂକ୍ରମଣର ୫୦ ପ୍ରତିଶତ କେବଳ କେରଳରେ ଦେଖାଯାଇଛି, ଯାହା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଗତ ୪ ସପ୍ତାହ ହେଲା କେରଳରେ ସଂକ୍ରମଣ ବଢ଼ିଚାଲିଛି। ଜୁନ୍‌ ୨୮ରୁ କେରଳର କୋଟ୍ଟାୟାମରେ ସଂକ୍ରମଣ ୬୪ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ମାଲାପୁରରମରେ ୫୯ ପ୍ରତିଶତ, ଏର୍ନାକୁଲମରେ ୪୬୫ ପ୍ରତିଶତ ଏବଂ ତ୍ରିଶୁର୍‌ରେ ସଂକ୍ରମଣ ୪୫.୪ ପ୍ରତିଶତ ବଢ଼ିଛି। କେରଳ ଗସ୍ତରେ ଯାଇଥିବା କେନ୍ଦ୍ରୀୟ ଟିମ୍‌ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପ୍ରମୁଖ ସଚିବ ରାଜେଶ ଭୂଷଣ କେରଳ ସରକାରଙ୍କୁ ପତ୍ର ଲେଖି କଣ୍ଟେନମେଣ୍ଟ ଜୋନ୍‌ଗୁଡ଼ିକରେ କୋଭିଡ୍‌ କଟକଣା କଡ଼ାକଡ଼ି କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?