Posted inଖେଳ

କର୍ବର ହାରିଲେ, ପ୍ଲିସ୍‌କୋଭାଙ୍କ ବିଜୟ

ପ୍ୟାରିସ୍‌, ୩୦ା୯ (ଏପି)-ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସରେ ଚେକ୍‌ରିପବ୍ଲିକ୍‌ର କାରୋଲିନା ପ୍ଲିସ୍‌କୋଭା କଷ୍ଟସାଧ୍ୟ ବିଜୟ ହାସଲ କରିଛନ୍ତି। ଦ୍ୱିତୀୟ ସିଡ୍‌ ପ୍ଲିସ୍‌କୋଭା କ୍ୱାଲିଫାୟର ତଥା ଇଜିପ୍ଟର ମେୟାର ଶେରିଫ୍‌ଙ୍କୁ ୬-୭(୯), ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବତନ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ରୋଲାଣ୍ଡ ୨୦୧୭ରେ ଗ୍ୟାରୋସଠାରେ ସେମିଫାଇନାଲରେ ପ୍ରବେଶ କରିଥିଲେ। ବର୍ତ୍ତମାନ ସେ ଜେଲେନା ଓଷ୍ଟାପେଙ୍କୋଙ୍କୁ ଭେଟିବେ। ଲାଟିଭିଆର ଏହି ବିଗ୍‌ ହିଟିଂ ଖେଳାଳି ସେହିବର୍ଷ ଫ୍ରେଞ୍ଚ ଓପନ୍‌ ଜିତିଥିଲେ। ଅନ୍ୟପକ୍ଷରେ ୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ଆଞ୍ଜେଲିକ୍‌ କର୍ବର କ୍ରମାଗତ ଦ୍ୱିତୀୟ ବର୍ଷ ଫ୍ରେଞ୍ଚ୍‌ ଓପନ୍‌ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଏଠାରେ ୧୮ତମ ସିଡ୍‌ ତଥା ଜର୍ମାନୀର କର୍ବରଙ୍କୁ ସ୍ଲୋଭେନିଆର ୧୯ବର୍ଷୀୟା କାଜା ଜୁଭାନ୍‌ ୬-୩, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଏକଦା ର଼୍ୟାଙ୍କିଙ୍ଗ ତାଲିକାର ନମ୍ବର ଓ୍ବାନ ଥିବା କର୍ବର ଫ୍ରେଞ୍ଚ ଓପନ୍‌ ବ୍ୟତୀତ ଅନ୍ୟ ସମସ୍ତ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଜିତିପାରିଛନ୍ତି। ୨୦୧୨ ଓ ୨୦୧୮ରେ ରୋଲାଣ୍ଡ ଗ୍ୟାରସରେ ସେ ତାଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିପାରିଥିଲେ। ଦୁଇଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଶ୍ୱେତଲାନା କୁଜେଁତ୍ସୋଭା ମଧ୍ୟ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଦୁଇଥର ଫ୍ରେଞ୍ଚ ଓପନ୍‌ ଚାମ୍ପିୟନଙ୍କୁ ତାଙ୍କ ଦେଶର ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭା ୬-୧, ୨-୬, ୬-୧ ସେଟ୍‌ରେ ପରାଜିତ କରିଛନ୍ତି। ଗାର୍ବାଇନ୍‌ ମୁଗୁରେଜା ଅଳ୍ପକେ ପରାଜୟରୁ ବର୍ତ୍ତି ଯାଇଛନ୍ତି। ତାମାରା ଜିଡାନ୍‌ସେକ୍‌ଙ୍କ ବିପକ୍ଷରେ ସେ ୭-୫, ୪-୬, ୮-୬ ସେଟ୍‌ରେ ବିଜୟ ଲାଭ କରିଛନ୍ତି।

 

 

ନାଡାଲ, ଜୋକୋଭିଚ୍‌ ଦ୍ୱିତୀୟ ରାଉଣ୍ଡରେ

ଗତଥରର ଚାମ୍ପିୟନ ରାଫାଲ ନାଡାଲ ଓ ସର୍ବୀୟ ଷ୍ଟାର ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଏଠାରେ ଚାଲିଥିବା ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ସିଙ୍ଗଲ୍ସ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।ଇଗୋର ଜେରାସିମୋଭ୍‌ଙ୍କୁ ନାଡାଲ ୬-୪, ୬-୪, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ଏଠାରେ ସେ ଚାମ୍ପିୟନ ହେଲେ ପୁରୁଷ ବିଭାଗରେ ରୋଜର ଫେଡରର କରିଥିବା ରେକର୍ଡର ସେ ସମକକ୍ଷ ହୋଇ ପାରିବେ। ଦ୍ୱିତୀୟ ସିଡ୍‌ ନାଡାଲ ଦ୍ୱିତୀୟ ରାଉଣ୍ଡରେ ଆମେରିକାର ମ୍ୟାକେଞ୍ଜି ମ୍ୟାକ୍‌ ଡୋନାଲ୍ଡଙ୍କୁ ଭେଟିବେ। ଜୋକୋଭିଚ୍‌ ସ୍ବିଡେନ୍‌ର ମିକାଏଲ୍‌ ୟେମେରଙ୍କୁ ୬-୦, ୬-୨, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?