ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ ହେଉଛି, ସେତେବେଳେ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକ ଏକ ଚାଞ୍ଚଲ୍ୟକର ପଦକ୍ଷେପ ନେଉଛନ୍ତି। ଇକୋନୋମିକ୍ ଟାଇମ୍ସ ଅନୁଯାୟୀ, ଯଦି ଗ୍ୟାସ ସିଲିଣ୍ଡରର ସଙ୍କଟ ଶୋଚନୀୟ ସ୍ଥିତିରେ ପହଞ୍ଚେ, ତେବେ ସେମାନେ ଜନସାଧାରଣଙ୍କ ପାଇଁ ବିକଳ୍ପ ଭାବରେ କିରୋସିନ ଉପଲବ୍ଧ କରାଇବାକୁ ଯୋଜନା କରୁଛନ୍ତି। ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି ଯେ ଏହା କେବଳ ଜରୁରୀକାଳୀନ ପରିସ୍ଥିତିରେ କାର୍ଯ୍ୟକାରୀ କରାଯିବା ପାଇଁ ଏକ ସତର୍କତାମୂଳକ ପଦକ୍ଷେପ।

ଅଧିକାରୀମାନେ ପୁରୁଣା ଉପାୟରେ ରାଶନ ଦୋକାନ ମାଧ୍ୟମରେ ଏହି କିରୋସିନ ବଣ୍ଟନ କରିବାକୁ ଯୋଜନା କରୁଛନ୍ତି। ଏଥିପାଇଁ ସେମାନେ ରାଜ୍ୟ ସରକାରଙ୍କ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାହାଯ୍ୟ ନେବାକୁ ଯୋଜନା କରୁଛନ୍ତି। ଯଦି ଯୁଦ୍ଧ ପରିସ୍ଥିତି ଥମି ନଯାଏ, ତେବେ ଅଧିକାରୀମାନେ କେତେ ଶୀଘ୍ର ଏହି ବଣ୍ଟନ ପ୍ରକ୍ରିୟା ଆରମ୍ଭ କରାଯାଇପାରିବ ସେନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି।

ବିଶେଷକରି ପୂର୍ବ ଉତ୍ତର ପ୍ରଦେଶରେ, ତେଲ କମ୍ପାନୀଗୁଡ଼ିକ ପକ୍ଷରୁ ପୁରୁଣା କିରୋସିନ ଡିଲରମାନଙ୍କୁ,କଲ୍ କରାଯାଉଛି। ସେମାନେ ବାରଣାସୀ ଓ ଗୋରଖପୁର ଭଳି ଜିଲ୍ଲାର ପୂର୍ବତନ ଡିଲରମାନଙ୍କ ପୁରୁଣା ଷ୍ଟୋରେଜ୍ ଟ୍ୟାଙ୍କ ଓ ଡିସପେନ୍ସିଂ ମେସିନ୍ କାର୍ଯ୍ୟକ୍ଷମ ଅବସ୍ଥାରେ ଅଛି କି ନାହିଁ ତାହା ଯାଞ୍ଚ କରୁଛନ୍ତି। ଜରୁରୀକାଳୀନ ପରିସ୍ଥିତିରେ ଏହି ବ୍ୟବସ୍ଥା କେତେ ଶୀଘ୍ର ଉପଲବ୍ଧ ହୋଇପାରିବ ତାହା ମଧ୍ୟ ସେମାନେ ଅନୁଧ୍ୟାନ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri