କିରୋସିନ ହେରଫେର ମାମଲା: ତତ୍କାଳୀନ ଭିଏଲ୍‌ଡବ୍ଲ୍ୟୁ, ସରପଞ୍ଚ ଦଣ୍ଡିତ

ବ୍ରହ୍ମପୁର ଅଫିସ,୨୨ା୫: ବ୍ରହ୍ମପୁର ମୁଖ୍ୟ ବିଚାର ବିଭାଗ ମାଜିଷ୍ଟ୍ରେଟ (ସିଜେଏମ୍‌) ବିଷ୍ଣୁପ୍ରସାଦ ମିଶ୍ର ଏକ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗାଣ ହୋଇଥିବା କିରୋସିନ ହେରଫେର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ତତ୍କାଳୀନ ଫୁଲବାଣୀ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ସରପଞ୍ଚ ଓ ଭିଏଲଡବ୍ଲ୍ୟୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ସରପଞ୍ଚ ବିଭୀଷଣ ମଲିକ(୬୨) ଓ ଭିଏଲ୍‌ଡବ୍ଲ୍ୟୁ ଚନ୍ଦ୍ରକାନ୍ତ ବେହେରା(୫୪)। ସିଜେଏମ୍‌ ଉଭୟ ଅଭିଯୁକ୍ତଙ୍କୁ ଏକ ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକେ ୧ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦାୟେ ଅତିରିକ୍ତ ୧ ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି କୋର୍ଟ ରାୟ ଦେଇଛନ୍ତି। ଚନ୍ଦ୍ରକାନ୍ତ ବେହେରା ବର୍ତ୍ତମାନ କନ୍ଧମାଳ ଜିଲା ପଣ୍ଡାଙ୍ଗି ବ୍ଲକରେ ଭିଏଲଡବ୍ଲ୍ୟୁ ଭାବେ କାର୍ଯ୍ୟରତ ଅଛନ୍ତି। ସୂଚନା ଅନୁଯାୟୀ, ଫୁଲବାଣୀ ଜିଲାର ଆଲାମୀ ପଞ୍ଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ କିରୋସିନ ଯୋଗାଣ ହୋଇଥିଲା। ଏଥିରେ ବ୍ୟାପକ ହେରଫେର ହୋଇଥିବା ନେଇ ଭିଜିଲାନ୍ସ ବିଭାଗରେ ଅଭିଯୋଗ ହୋଇଥିଲା। ୨୦୦୯ ଜୁଲାଇ ୨୨ରେ ଭିଜିଲାନ୍ସ ଟିମ୍‌ ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ କିରାସିନ ଡିପୋରେ ଚଢ଼ାଉ କରି ଯାଞ୍ଚ କରିଥିଲା। ପଞ୍ଚାୟତ ପାଇଁ ଯୋଗାଣ ହୋଇଥିବା କିରୋସିନ ଷ୍ଟକ ଭିଜିଲାନ୍ସ ଟିମ୍‌ ଯାଞ୍ଚ କରିଥିଲା। ଯୋଗାଣ ହୋଇଥିବା କିରୋସିନ ଷ୍ଟକ୍‌ରେ ୫୬୧ ଲିଟର କମ୍‌ ରହିଥିବା ଜଣାପଡିଥିଲା। ଭିଜିଲାନ୍ସ ବିଭାଗ ମାମଲା ନମ୍ବର ୨୫/୦୯ ରେ ଉକ୍ତ ପଞ୍ଚାୟତ ସରପଞ୍ଚ ବିଭୀଷଣ ମଲିକ ଓ ଭିଏଲଡବ୍ଲ୍ୟୁ ଚନ୍ଦ୍ରକାନ୍ତ ବେହେରାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। ପରେ ଅଭିଯୁକ୍ତ ଦ୍ୱୟଙ୍କୁ ଜାମିନ ମିଳିଥିଲା। ଶନିବାର ଏହି ମାମଲାର ବିଚାର ବେଳେ ସରପଞ୍ଚ ବିଭୀଷଣ ଓ ଭିଏଲଡବ୍ଲ୍ୟୁ ଚନ୍ଦ୍ରକାନ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସିଜେଏମ୍‌ ଉପରୋକ୍ତ ଅଭିଯୁକ୍ତ ଦ୍ୱୟଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ରାଜେନ୍ଦ୍ର ସାବତ ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ସୁଧାଂଶୁ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri