Posted inଜାତୀୟ

‘ଅଖିଳେଶଙ୍କ ସମାଜବାଦୀ ପାର୍ଟି ୨୦୨୪ରେ ସମାପ୍ତବାଦୀ ହେବାକୁ ଯାଉଛି’

ଲକ୍ଷ୍ନୌ,୧୭।୬: ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୟରେ ଉତ୍ତରପ୍ରଦେଶ କ୍ରମାଗତ ଭାବେ ଆଗକୁ ବଢୁଛି। ଗରିବ, ଯୁବକ, କୃଷକ ଏବଂ ମହିଳାଙ୍କ ପାଇଁ ଭଲ କାମ କରାଯାଉଛି। ନିର୍ବାଚନ ପରେ ଆମ ଦଳ ସମସ୍ତ ପ୍ରତିଶ୍ରୁତି ପୂରଣ କରେ ଏବଂ ଭବିଷ୍ୟତରେ ମଧ୍ୟ ଏହା ଜାରି ରହିବ। ଏହା ବ୍ୟତିତ ୟୁପିରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସେ କହିଛନ୍ତି, ଯଦି ପୋଲିସ ଉପରେ ଗୁଳି ଚଳାଯାଏ ତେବେ ସେମାନେ ଏହାର ଉତ୍ତର ପାଇବେ, ଅପରାଧୀଙ୍କୁ ହିନ୍ଦୁ-ମୁସଲମାନ ବୋଲି କହିବା ଭୁଲ ଅଟେ।
ୟୁପିରେ ଲୋକ ସଭା ନିର୍ବାଚନ ରଣନୀତି ବିଷୟରେ କହିବାକୁ ଯାଇ ସେ କହିଛନ୍ତି, ଏଥର ୟୁପିରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ସମସ୍ତ ୮୦ଟି ଆସନ ଜିତିବାକୁ ଚେଷ୍ଟା କରୁଛୁ। ଏଥିପାଇଁ ସମସ୍ତ କାର୍ଯ୍ୟ କରାଯାଉଛି। କେଶବ ପ୍ରସାଦ ମୌର୍ଯ୍ୟ ଆହୁରି କହିଛନ୍ତି ଯେ, ୨୦୨୪ରେ ଅଖିଳେଶ ଯାଦବଙ୍କ ସମାଜବାଦୀ ଦଳ ସମାପ୍ତବାଦୀ ହେବାକୁ ଯାଉଛି। ଆସନ୍ତା ଲୋକ ସଭା ନିର୍ବାଚନରେ ସମାଜବାଦୀ ଦଳ ଖାତା ଖୋଲିପାରିବ ନାହିଁ। ୨୦୨୪ରେ ଦେଶରେ ପୁଣି ଥରେ ପଦ୍ମ ଫୁଟିବ ଏବଂ ଆମର ମେଣ୍ଟ ଦଳ ୩୫୦ଟି ଆସନ ଜିତିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri