କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍‌.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍‌ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ ପାଉଛନ୍ତି। ୬ ବର୍ଷର କେଶବ ସେରେବ୍ରାଲ ପାଲ୍‌ସୀ ରୋଗରେ ଆକ୍ରାନ୍ତ। ବାପା ଦୈତାରିଙ୍କ ପାଖରେ ଅର୍ଥ ନ ଥିବାରୁ ପୁଅ କେଶବଙ୍କ ଚିକତ୍ସା କରାଇ ପାରୁ ନାହାନ୍ତି। ତେଣୁ ସରାକାରୀ ସହାୟତା ଯୋଗାଇଦେବାକୁ ସେ ଅନୁରୋଧ କରିଛନ୍ତି।
ବୟସ ବଢ଼ିବା ସହ କେଶବଙ୍କ ରୋଗ ଏବଂ ଅସୁସ୍ଥତା ବଢ଼ିବାରେ ଲାଗିଛି। ମା’, ବାପା ମଧ୍ୟ ପୁଅ ଚିନ୍ତାରେ ଭାଙ୍ଗି ପଡ଼ିଲେଣି। ୬ ବର୍ଷ ହେଲା ପୁଅର ଚିକିତ୍ସା ପାଇଁ ସଂଘର୍ଷ କରୁଥିବାବେଳେ ସରକାରଙ୍କ ପକ୍ଷରୁ କୌଣସି ସୁବିଧା ପାଇପାରି ନ ଥିବା ଦୈତାରି କହିଛନ୍ତି। ସେରେବ୍ରାଲ ପାଲ୍‌ସୀ ରୋଗୀ ବୋଲି କେବଳ ୪୦ ପ୍ରତିଶତ ଭିନ୍ନକ୍ଷମ ପ୍ରମାଣପତ୍ରଟିଏ ମିଳିଛି। ରୋଗ ଜଣାପଡ଼ିବା ପରେ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କେଶବଙ୍କ ଚିକିତ୍ସା କରାଯାଇଥିଲା। ଏହାପରେ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଦିନ ରହିବା ପରେ ଘରକୁ ଫେରି ଆସିଛନ୍ତି। ହେଲେ ପୁଅର ସ୍ବାସ୍ଥାବସ୍ଥାରେ ସୁଧାର ଆସିନାହିଁ। ପୁଅର ସ୍ବାସ୍ଥ୍ୟାବସ୍ଥା ବିଷୟରେ ତେନ୍ତୁଳିଖୁଣ୍ଟି ବ୍ଲକ ଅଫିସ ସମେତ ଅନେକ ଲୋକଙ୍କୁ ଜଣାଇଥିଲେ ମଧ୍ୟ ସହାୟତା ମିଳିପାରିନି। ପାଖରେ ଅର୍ଥ ନ ଥିବାରୁ ଭଲ ଡାକ୍ତରଖାନାକୁ ନେବାରେ ସମର୍ଥ ହୋଇପାରୁ ନାହାନ୍ତି। ରୋଜଗାର ଟଙ୍କାରେ ୫ ପ୍ରାଣୀ କୁଟୁମ୍ବ ଚଳିବା କଷ୍ଟକର ହେଉଛି ବୋଲି ଦୈତାରି କହିଛନ୍ତି। ଏଥିସହ ପୁଅର ଚିକିତ୍ସା ପାଇଁ ସହାୟତା ଯୋଗାଇଦେବାକୁ ଦୈତରି ପ୍ରଶାସନ ଓ ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri